Advertisment

ଝାରସୁଗୁଡ଼ା ଉପ ନିର୍ବାଚନ ପାଇଁ ୨ଟି କମିଟି ଗଠନ କଲା ରାଜ୍ୟ ବିଜେପି

ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମଙ୍କ ଅଧ୍ୟକ୍ଷତାରେ ଗଠିତ ନିର୍ବାଚନ ପରିଚାଳନା କମିଟିରେ ରହିଛନ୍ତି ୮ ଜଣ ସଦସ୍ୟ।

BJP

BJP

Advertisment

ଝାରସୁଗୁଡ଼ା ଉପ ନିର୍ବାଚନ ପାଇଁ ୨ଟି କମିଟି ଗଠନ କଲା ରାଜ୍ୟ ବିଜେପି। ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମଙ୍କ ଅଧ୍ୟକ୍ଷତାରେ ଗଠିତ ନିର୍ବାଚନ ପରିଚାଳନା କମିଟିରେ ରହିଛନ୍ତି ୮ ଜଣ ସଦସ୍ୟ। ସେହିପରି ସାଂସଦ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଗଠିତ ପ୍ରଚାର କମିଟିରେ ରହିଛନ୍ତି ୧୪ ସଦସ୍ୟ। ନିର୍ବାଚନ ପରିଚାଳନା କମିଟିରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, ପୂର୍ବତନ ରାଜ୍ୟ ସଭାପତି କେ.ଭି. ସିଂଦେଓ, ସାଂସଦ ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ ରବି ନାରାୟଣ ନାୟକ ଏବଂ ଗୋଲକ ମହାପାତ୍ର ରହିଛନ୍ତି।

Advertisment

ସେହିପରି ପ୍ରଚାର କମିଟିରେ ରହିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ, ସଂଗୀତା ସିଂଦେଓ, ନିତେଶ ଗଙ୍ଗଦେବ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, ବିଧାୟକ ଶଙ୍କର ଓରାମ, ନାଉରୀ ନାୟକ, ସୁବାଷ ପାଣିଗ୍ରାହୀ, ନିତ୍ୟାନନ୍ଦ ଗଣ୍ଡ, ଭବାନୀ ଶଙ୍କର ଭୋଇ, କୁସୁମ ଟେଟେ, ମୁକେଶ ମହାଲିଙ୍ଗ, ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଏବଂ ରଂଜନ କୁମାର ପଟେଲ୍।

ତେବେ ଆସନ୍ତାକାଲି ଦଳୀୟ ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ନାମାଙ୍କନ ଦାଖଲ କରିବାକୁ ଥିବାବେଳେ ତା’ ପରଦିନ ନାମାଙ୍କନ ଭରିବେ ବିଜେଡି ପ୍ରାର୍ଥିନୀ ଦୀପାଳି ଦାସ। ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ନାମାଙ୍କନପତ୍ର ଦାଖଲ କରିସାରିଛନ୍ତି।

Advertisment
Jharsuguda Bypoll
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe