Advertisment

ଲଘୁଚାପ ସୃଷ୍ଟି ସମ୍ଭାବନା, ରାଜ୍ୟ ସରକାର ଛାନିଆ

ମୁଖ୍ୟମନ୍ତ୍ରୀ ବୈଠକରେ କହିଛନ୍ତି ଯେ, ଗ୍ରୀଷ୍ମ ଋତୁରେ ଯେଉଁ ବାତ୍ୟା ଆସେ, ତାର ଆକଳନ ବହୁତ ଜଟିଳ।

author-image
Niranjan Mishra
ଅଦ୍ୟତନ ହୋଇଛି
State Govt Preparatory meeting

State Govt Preparatory meeting

ଲଘୁଚାପ ସୃଷ୍ଟି ସମ୍ଭାବନା ସୂଚନା ପାଇ ରାଜ୍ୟ ସରକାର ଛାନିଆ। ଦକ୍ଷିଣ ବଙ୍ଗୋପସାଗରରେ ୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପାଣିପାଗ ବିଭାଗ ଏନେଇ ସୂଚନା ଦେବା ପରେ ଛାନିଆ ହୋଇଛନ୍ତି ରାଜ୍ୟ ସରକାର। ପ୍ରଶାସନିକ ସମସ୍ତ ବିଭାଗ ଏହାର ମୁକାବିଲା ନିମନ୍ତେ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ଦ୍ଦେଶ ଦେଇଛନ୍ତି। ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା ବେଳେ ସେ ଏହି ନିର୍ଦ୍ଦେଶ ଦେଇଛନ୍ତି।

Advertisment

ମୁଖ୍ୟମନ୍ତ୍ରୀ ବୈଠକରେ କହିଛନ୍ତି ଯେ, ଗ୍ରୀଷ୍ମ ଋତୁରେ ଯେଉଁ ବାତ୍ୟା ଆସେ, ତାର ଆକଳନ ବହୁତ ଜଟିଳ। ୨୦୧୯ରେ ଫନି ବାତ୍ୟା ମଧ୍ୟ ଏହିପରି ଅଚାନକ ଆସି ବ୍ୟାପକ କ୍ଷୟକ୍ଷତି କରିଥିଲା। ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହିତ ଏନ୍‌ଡିଆରଏଫ୍, ଓଡ୍ରାଫ୍ ଓ ଅଗ୍ନିଶମ ସେବା ଆଦି ଆଗୁଆ ରଖ। ସେହିପରି ଉପକୂଳ ଓ ତଳୁଆ ଅଞ୍ଚଳରୁ ଅସୁରକ୍ଷିତ ସ୍ଥାନରେ ଥିବା ସବୁ ଲୋକଙ୍କୁ ସ୍ଥାନାନ୍ତର କରି ବାତ୍ୟା ଆଶ୍ରୟସ୍ଥଳରେ ସୁରକ୍ଷିତ ରଖ।  ଅତ୍ୟାବଶ୍ୟକ ମେସିନ୍‌ ଓ ଯନ୍ତ୍ରପାତିକୁ ପ୍ରସ୍ତୁତ ରଖ। ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକ୍ରମ ପାଇଁ ଆଗୁଆ ଯୋଜନା ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଥିଲେ।

Advertisment

ତେବେ ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ରହିବ କି ନା, ଏଯାଏ ସ୍ପଷ୍ଟ ହୋଇନି।

ସେପଟେ ଏସଆରସି ସତ୍ୟବ୍ରତ ସାହୁ କହିଛନ୍ତି, ବାତ୍ୟାପ୍ରବଣ ମେ ମାସ ପାଇଁ ପ୍ରସ୍ତୁତ ରହିବାକୁ ୧୧ଟି ବିଭାଗ ଓ ସବୁ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି । କାଲିଠାରୁ ଜିଲ୍ଲାଗୁଡ଼ିକରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଚାଲିଛି । ଉଦ୍ଧାର କାର୍ଯ୍ୟ ନିମନ୍ତେ ଏନ୍‌ଡିଆରଏଫ୍, ଓଡ୍ରାଫ୍ ପ୍ରସ୍ତୁତ ରହିଛନ୍ତି। ୬ ତାରିଖ ସୁଦ୍ଧା କେବଳ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ସମ୍ଭାବନା ରହିଛି। ପରବର୍ତ୍ତୀ ଅବସ୍ଥା କଣ ହେବ ପାଣିପାଗ ବିଭାଗ ଆକଳନ କରିବ। ଆମେ ପ୍ରସ୍ତୁତ ରହିଛୁ। ଯଦି କିଛି ବି ହୁଏ, ଆମେ ମୁକାବିଲା କରିପାରିବୁ ବୋଲି ଶ୍ରୀ ସାହୁ କହିଛନ୍ତି।

Low Pressure