ଆଜି ହେଉଛି ଇଦ୍ -ଉଲ୍ - ଆଦା। ଇସଲାମ ଧର୍ମାବଲମ୍ବୀଙ୍କ ପବିତ୍ର ପର୍ବ। ଏହାକୁ ବକରିଦ୍ ମଧ୍ୟ କୁହାଯାଏ। ଆଜିର ଦିନକୁ ମୁସଲମାନ ସଂପ୍ରଦାୟର ଲୋକେ ବଳିଦାନର ଦିବସ ରୂପେ ପାଳନ କରିଥାନ୍ତି। ସକାଳୁ ସକାଳୁ ମସଜିଦ ଯାଇ ସେମାନେ ସମୂହ ନମାଜ ପାଠ କରିଛନ୍ତି। ଏହା ପରେ ପରସ୍ପରକୁ ଶୁଭେଚ୍ଛା ଜଣାଇଛନ୍ତି।
ଇଦ୍ ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇ ଆଜି ଦିନକୁ ସରକାରୀ ଛୁଟି ଘୋଷଣା କରାଯାଇଛି । ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ୱ ଓ ମାଜିଷ୍ଟ୍ରେଟ କୋର୍ଟ, ବ୍ୟାଙ୍କ ଆଦି ବନ୍ଦ ରହିବ।
Also Read
ଇଦ୍ ପାଇଁ କଟକ ଓ ଭଦ୍ରକ ସହର ମସଜିଜ୍ ଗୁଡିକରେ ସମୁହ ନମାଜ ପାଠ ସହ ବ୍ୟାପକ ଆୟୋଜନ କରାଯାଇଛି। ଭଦ୍ରକ ସହର ସମେତ ବିଭିନ୍ନ ଗ୍ରାମାଞ୍ଚଳରେ ୨୦ ପ୍ଲାଟୁନ ପୁଲିସ ଫୋର୍ସ ବିଭିନ୍ନ ସ୍ଥାନରେ ମୁତୟନ କରାଯିବା ସହିତ ୧୪ ଜଣ ଇନ୍ସପେକ୍ଟର,୯ଜଣ ଡିଏସପି ଏବଂ ୬୮ଜଣ ଏଏସଆଇଙ୍କୁ ବିଭିନ୍ନ ସ୍ଥାନରେ ନିୟୋଜିତ କରାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଏବେ 'ଟୁଇନ୍ ସିଟି' ନୁହେଁ, 'ଟ୍ରାଇ ସିଟି'ର ବିକାଶ କରିବେ ସରକାର
ପୁରୀ, କଟକ ଓ ଭୁବନେଶ୍ୱରକୁ ନେଇ ଟ୍ରାଇ ସିଟି ଗଠନ କରାଯିବ। ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଦୂର ପାଇଁ ନିର୍ମାଣ ହେବ ଅଧିକ ନୂଆ ରିଂ ରୋଡ୍ ଏବଂ ଓଭର ବ୍ରିଜ।
Miscellaneous
ପ୍ରବାସୀ ଭାରତୀୟ ଦିବସ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ଭୁବନେଶ୍ୱରରେ ପଥଉତ୍ସବ ସହ ରାତିରେ ଖୋଲା ରହିବ ମାର୍କେଟ
ଜାନୁଆରୀ ୮ରୁ ୧୦ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଆୟୋଜନ ହେବ ପ୍ରବାସୀ ଭାରତୀୟ ଦିବସ। ସମାରୋହ ପାଇଁ ଭୁବନେଶ୍ୱର ସହରର ୫୫ଟି ରାସ୍ତାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Miscellaneous
ନବୀନ ନିବାସ ଆଗ ରାସ୍ତାରୁ ହଟିବ ଅବରୋଧ?
ପୋଖରୀପୁଟରୁ ପୂନାମା ଗେଟ୍ ଓ ନବୀନ ନିବାସ ପର୍ଯ୍ୟନ୍ତ ଯାଇଥିବା ରାସ୍ତା ଚଉଡ଼ା ହେଉଛି। ଏଥିପାଇଁ ଏବେ ଏୟାରପୋର୍ଟକୁ ଲାଗିଥିବା ଅବରୋଧଗୁଡ଼ିକୁ ହଟାଯାଉଛି।

Miscellaneous
ବଢ଼ିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ
ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ଲକ୍ଷ ଲକ୍ଷ ଶ୍ରମିକ ଉପକାର ପାଇବେ।