Advertisment

୧୭ରେ ଢେଙ୍କାନାଳ ଆସିବେ ଅମିତ ଶାହ

ଶାହ ଢେଙ୍କାନାଳରେ ବିଜେପିର ମହା ଜନସମ୍ପର୍କ ଯାତ୍ରାରେ ସାମିଲ ହୋଇ କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ

ଅଦ୍ୟତନ ହୋଇଛି
Amit Shah

Amit Shah

Advertisment

ଆସନ୍ତା ୧୭ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ସେ ଢେଙ୍କାନାଳରେ ବିଜେପିର ମହା ଜନସମ୍ପର୍କ ଯାତ୍ରାରେ ଯୋଗ ଦେବେ। ଏ ନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସାଧାରଣା ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ।

Advertisment

ଢେଙ୍କାନାଳରେ ହେବାକୁ ଥିବା ସମାବେଶରେ ୫୦ ହଜାର ଲୋକଙ୍କୁଶାହ ମ୍ବୋଧନ କରିବେ। ୯ବର୍ଷ ଶାସନ କାଳ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଭିନ୍ନ ଯୋଜନା ବିଷୟରେ ଲୋକମାନଙ୍କୁ ଅବଗତ କରାଇବେ ଓ  ରାଜ୍ୟ ସରକାରଙ୍କର ବିଫଳତା ବିଷୟରେ ଲୋକଙ୍କୁ କହିବେ। ଏଥର ଶାହ କେଉଁ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବେ, ସେ ନେଇ ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।

ଶାହ ଢେଙ୍କାନାଳରେ ବିଜେପିର ମହା ଜନସମ୍ପର୍କ ଯାତ୍ରାରେ ସାମିଲ ହେବା ଅବସରରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ। ସେ ଢେଙ୍କାନାଳ ଜିଲ୍ଲାର କାର୍ଯ୍ୟକର୍ତ୍ତାଙ୍କ ସହ ୨୦୨୪ ନିର୍ବାଚନ ସଂପର୍କରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ପଦ୍ମ ପୁରସ୍କାର ପ୍ରାପ୍ତ ଓ ଭାରତ ସରକାରଙ୍କ ଦ୍ୱାରା ସମ୍ମାନିତ ହୋଇଥିବା ବ୍ୟକ୍ତି ବିଶେଷଙ୍କୁ ଅମିତ ଶାହା ଭେଟିବାର କାର୍ଯ୍ୟକ୍ରମ ରହିଛି ।

Advertisment

ବିଜେପିର ମହା ଜନସମ୍ପର୍କ ଯାତ୍ରାରେ ସାମିଲ ହେବା ପାଇଁ ୨୨ତାରିଖରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହାସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଓଡ଼ିଶାଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି ।

Bhubaneswar State Bjp
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe