Rain
ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୩୧ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହ ଝଡ଼ ପବନ ହେବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ପାଣିକେନ୍ଦ୍ରର ସୂଚନା ଅନୁସାରେ, ଆଜି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହ ଝଡ଼ ପବନ ହୋଇପାରେ। ଏନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣିଂ ଜାରି କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି। ଏସବୁ ଜିଲ୍ଲାରେ ବର୍ଷା, ଘଡ଼ଘଡ଼ି ସାଙ୍ଗକୁ ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି।
୨୮ ତାରିଖରେ ମଧ୍ୟ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା, ଘଡ଼ଘଡ଼ି ସାଙ୍ଗକୁ ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେହିପରି ୨୯ ଓ ୩୦ ତାରିଖରେ ମଧ୍ୟ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି ବୋଲି ପାଣିକେନ୍ଦ୍ର ପୂର୍ବାନୁମାନ କରିଛି।
ସୂଚନାଯୋଗ୍ୟ, ଗତକାଲି ଦିନ ସମୟରେ ଟାଣ ଖରା ଅନୁଭୂତ ହେବା ସହ ଗୁଳଳିଗୁଳି ମଧ୍ୟ ହୋଇଥିଲ। କିନ୍ତୁ ଅପରାହ୍ନ ଆଡ଼କୁ ପାଗ ବଦଳି ଯାଇଥିଲା। ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇଥିଲା।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Rain_1679894310.jpg)