/odisha-reporter/media/post_attachments/uploadimage/library/16_9/16_9_0/Heat_Weave_1681715124.jpg)
Heat Weave
ଉପକୂଳଠୁ ଆରମ୍ଭ କରି ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶା ସବୁଠି ଲୋକେ ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଛଟପଟ ହେଉଛନ୍ତି। ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ସପ୍ତାହେ ହେଲାଣି ଏଭଳି ଅବସ୍ଥା ଜାରି ରହିଛି। ଆଜି ଦିନ ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ା ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି। ଝାରସୁଗୁଡ଼ାର ସର୍ବାଧିକ ତାପମାତ୍ରା ୪୦.୪ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।
ପାଣିକେନ୍ଦ୍ରର ସୂଚନା ଅନୁସାରେ, ଦିନ ସାଢ଼େ ୧୧ଟା ସୁଦ୍ଧା କେନ୍ଦୁଝରରେ ତାପମାତ୍ରା ୩୯.୪ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୩୮.୬, ବାଲେଶ୍ୱର ଓ ହୀରାକୁଦରେ ୩୮.୪, ଚାନ୍ଦବାଲିରେ ୩୭.୬,ଗୋପାଳପୁରରେ ୩୬, ପୁରୀରେ ୩୪ ଓ ପାରାଦୀପରେ ୩୨.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
ସୂଚନାଯୋଗ୍ୟ,ଗତକାଲି ରାଜ୍ୟରେ ୨୨ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ ସହର ଥିଲା। ଝାରସୁଗୁଡ଼ାର ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଥିଲା ବେଳେ ବୌଦ୍ଧରେ ୪୨.୫, ସମ୍ବଲପୁରରେ ୪୨.୪, ତାଳଚେରରେ ୪୨.୨ , ସୁନ୍ଦରଗଡ଼ ସମେତ ଟିଟିଲାଗଡ଼ ଓ ମାଲକାନଗିରିରେ ୪୧.୫, ବଲାଙ୍ଗିରରେ ୪୧.୨, ଅନୁଗୋଳରେ ୪୧.୧, ରାଉରକେଲାରେ ୪୧, ରାଜଧାନୀ ଭୁବନେଶ୍ୱର ଓ କଟକରେ ୪୦ ଡିଗ୍ରୀ ରେକର୍ଡ କରାଯାଇଥିଲା।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
