/odisha-reporter/media/post_attachments/uploadimage/library/16_9/16_9_0/Weather_1682044000.jpg)
Weather
ଆଜିଠୁ ରାଜ୍ୟରେ ବଦଳିବ ପାଗ। ଖରାର ତାତି କମିବ । ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ରାଜ୍ୟବାସୀଙ୍କୁ ଅସହ୍ୟ ତାତିରୁ ଆଶ୍ୱସ୍ତି ମିଳିବ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୩ରୁ ୪ ଦିନ ଭିତରେ ରାଜ୍ୟରେ କାଳ ବୈଶାଖୀ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଗାମୀ ୩ଦିନ ମଧ୍ୟରେ ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ତଳକୁ ଖସିବା ସମ୍ଭାବନା ରହିଛି । ଏଥିସହ ୨୪ ଘଣ୍ଟା ମଧ୍ୟରେ ଗ୍ରୀଷ୍ମଲହରୀ ପାଇଁ ହୋଇଥିବା ଚେତାବନୀକୁ ପାଣିପାଗ ବିଭାଗ ପକ୍ଷରୁ ହଟାଇ ଦିଆଯାଇଛି।
ଆଜି ସକାଳେ ରାଜ୍ୟରେ ପାଗର ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ସକାଳେ ଖରାର ତାତି ବଦଳର ଥଣ୍ଡା ପବନ ହୋଇଥିଲା। ଏହାସହ କଟକ, କୋରାପୁଟ ଓ କଳାହାଣ୍ଡି ଜିଲ୍ଲାରେ ହାଲୁକା ବର୍ଷା ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ଗତକାଲି ଅସମ୍ଭାଳ ଗ୍ରୀଷ୍ମ ପ୍ରବାହରେ ଆଉଟୁପାଉଟୁ ହେଉଥିଲା ସାରା ଓଡ଼ିଶା । ୨୮ଟି ସହରର ତାପମାତ୍ରା ୪୦ ଉପରେ ରହିଥିଲା। ବୌଦ୍ଧ ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା। ବୌଦ୍ଧର ତାପମାତ୍ରା ୪୩.୨ ଡିଗ୍ରୀ ଥିଲା।
ଆଜିଠାରୁ ତାତିରୁ ଆଶ୍ବସ୍ତି!!!
ଆଗାମୀ 3 ରୁ 4 ଦିନ ଯାଏଁ ରାଜ୍ୟରେ କାଳବୈଶାଖୀ ପ୍ରଭାବ pic.twitter.com/SvYFZUAorM
— Meteorological Centre, Bhubaneswar (@mcbbsr) April 20, 2023
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
