Advertisment

ଆଜିଠୁ ୪ ଦିନ ଯାଏଁ କାଳବୈଶାଖୀ, ଏହି ସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

ଆସନ୍ତାକାଲି କାଳବୈଶାଖୀ ପ୍ରଭାବ ସାମାନ୍ୟ କମିବା ପରେ ୩୦ ତାରିଖରୁ ପୁଣି ପ୍ରଭାବ ବଢ଼ିବ।

ଅଦ୍ୟତନ ହୋଇଛି
Rain

Rain

Advertisment

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା। ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି କାଳବୈଶାଖୀ ପ୍ରଭାବ ଅଧିକ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିକେନ୍ଦ୍ରର ନିର୍ଦ୍ଦେଶକ ଏଚ୍.ଆର୍.ବିଶ୍ୱାସ,ଏହି ସୂଚନା ଦେଇଛନ୍ତି।

Advertisment

ପାଣିକେନ୍ଦ୍ର ନିର୍ଦ୍ଦେଶକଙ୍କ ସୂଚନା ଅନୁସାରେ, କାଳବୈଶାଖୀ ବର୍ଷା ନେଇ ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ଗଂଜାମ , ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ। ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏଥିସହଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ବହିପାରେ ପବନ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷାସମ୍ଭାବନା ହେବାର ବି ରହିଛି।

ସେହିପରି ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଚ ଜିଲ୍ଲାକୁ ଆଜି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି କାଳବୈଶାଖୀ ପ୍ରଭାବ ସାମାନ୍ୟ କମିବା ପରେ ୩୦ ତାରିଖରୁ ପୁଣି ପ୍ରଭାବ ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Advertisment

ଆଜି ସକାଳେ ମଧ୍ୟ ଅକାଶ ମେଘାଚ୍ଛନ୍ନ ଥିଲା। ଗତକାଲି ମଧ୍ୟ ରାଜ୍ୟରେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା।

Weather Report Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe