Advertisment

ତାତିରୁ ମିଳିଲା ଆଶ୍ୱସ୍ତି, ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷିଲା

ଆଜି ୧୧ଟି ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।

author-image
Tapaswini Nayak
Rain

Rain

ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳିରୁ ରାଜ୍ୟବାସୀଙ୍କୁ ମିଳିଛି ଆଶ୍ୱସ୍ତି। ଦିନେ ଦୁଇ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ -ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି। ଆଜି ସକାଳେ ଭୁବନେଶ୍ୱରର ସମେତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଛି। ସେହିପରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୧ଟି ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକଖୋର୍ଦ୍ଧା (ଭୁବନେଶ୍ୱର), ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ରାୟଗଡ଼ା, ଗଜପତି, ଗଂଜାମ, ନବରଙ୍ଗପୁର ଓ କଳାହାଣ୍ଡି। ଏହି ସବୁ ଜିଲ୍ଲା ଗୁଡ଼ିକୁ ୩ ଘଣ୍ଟା ପାଇଁ ବର୍ଷା ହେବା ନେଇ ଆଲର୍ଟ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜିଠାରୁ ରାଜ୍ୟରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ। ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ପରବର୍ତ୍ତୀ ସମୟରେ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଥିବାରୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଏଣିକି ବର୍ଷା ପରିମାଣ ବଢ଼ିବ। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଅଗ୍ରସର ହେବାକୁ ଥିବାବେଳେ ଏହା ଅନୁକୂଳ ପରିସ୍ଥିତି ସୃଷ୍ଟି କରିବ ବୋଲି ପାଣିପାଗ କେନ୍ଦ୍ର କୁହାଯାଇଛି ।

Advertisment
Weather Report Weather Weather Condiction