Advertisment

୧୯ ଜିଲ୍ଲାରେ ହେବ ପ୍ରବଳ ବର୍ଷା, ୱାର୍ଣ୍ଣିଂ ଜାରି

୨୬ ତାରିଖରେ ଅନୁଗୋଳ, ସମ୍ୱଲପୁର, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Rain

Rain

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ପରେ କିଛି ଜିଲ୍ଲାରେ ମୌସୁମୀ ବର୍ଷା ଲାଗି ରହିଛି। ଆଜି ୧୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ.ଆର. ବିଶ୍ୱାସ ଏହି ସୂଚନା ଦେଇଛନ୍ତି।

Advertisment

ପାଣିକେନ୍ଦ୍ରର ସୂଚନା ଅନୁସାରେ, ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଜିଲ୍ଲା ଗୁଡ଼ିକ ହେଲା କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ । ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ୨୫ ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ବୌଦ୍ଧ, ସମ୍ୱଲପୁର, ସୋନପୁର, ବରଗଡ଼ ଓ ଝାରୁସୁଗୁଡ଼ାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, କଟକ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ ନୟାଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୨୬ ତାରିଖରେ ଅନୁଗୋଳ, ସମ୍ୱଲପୁର, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ, କଟକ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୭ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Bhubaneswar Weather Report Weather Condiction