Advertisment

ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି

ଲଘୁଚାପ ପ୍ରଭାବରେ ଆସନ୍ତା ୨୯ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Rain

Rain

Advertisment

ମୌସୁମୀ ବର୍ଷା ସାଙ୍ଗକୁ ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ ଜନିତ ବର୍ଷା। ଏହା ପ୍ରଭାବରେ ଦୁଇ ତିନିଦିନ ଧରି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡିକରେ ବିସ୍ତୃତି ବର୍ଷା ସମ୍ଭାବନା ଥିବାବେଳେ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡିକରେ ଅନେକ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ପାଇଁ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ୟେଲୋ  ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଆସନ୍ତା ୨୯ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି  ମଧ୍ୟ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା  ଝାରସୁଗୁଡା, ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ବଲାଙ୍ଗିର, ବୌଦ୍ଧ, ଅନୁଗୋଳ, ସୋନପୁର, ଦେବଗଡ଼ ଏବଂ କେଉଁଝର ଜିଲ୍ଲାରେ ମଧ୍ୟପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦେଇଛିା

ଲଘୁଚାପ ଜନିତ ବର୍ଷାର ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି ରହିଛି। ସହରାଞ୍ଚଳରେ ତୀବ୍ର ବର୍ଷା ସମୟରେ ଟ୍ରାଫିକ୍‌ ଜନିତ ସମସ୍ୟା ଉପୁଜିପାରେ। ମାଟିଚାଳ ଘରର କାନ୍ଥ ପଡ଼ିବାର ସମ୍ଭାବନା ରହିଛି। ତଳୁଆ ଚାଷ ଜମି ଗୁଡିକରେ ପାଣି ଜମିବାର ସମ୍ଭାବନା ଥିବାରୁ ଜଳ ନିସ୍କାସନ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ ପାଇଁ କୁହାଯାଇଛି।

Advertisment

Weather Report Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe