Advertisment

ଆଜି ବର୍ଷିବ, ୨ଦିନ ପରେ କଲ୍‌ବଲ୍ କରିବ ତାତି

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ତାପମାତ୍ରା କମିଛି। ଆକାଶ ମେଘାଚ୍ଛନ ରହିବା ସହ ଗୁଳୁଗୁଳି କମ୍‌ ହେଉଛି।

author-image
Tapaswini Nayak
Rain

Rain

ସକ୍ରିୟ ପଶ୍ଚିମା ଝଡ଼ ପ୍ରଭାବରେ ଆଜି କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବୌଦ୍ଧ ଓ କନ୍ଧମାଳ। ଏହି ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଗତକାଲି ମଧ୍ୟ କେନ୍ଦୁଝର, ମୟୂରଭଞ୍ଜ ଏବଂ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇଥିଲା। ତେବେ ଆସନ୍ତାକାଲିଠୁ ପାଗ ଶୁଖିଲା ରହିବ। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ମଧ୍ୟ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଦିନ ପରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ସୂଚନାଯୋଗ୍ୟ, ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ତାପମାତ୍ରା କମିଛି। ଆକାଶ ମେଘାଚ୍ଛନ ରହିବା ସହ ଗୁଳୁଗୁଳି କମ୍‌ ହେଉଛି।

Advertisment
Weather Report Rain