Advertisment

ଆଜି ୧୩ ଜିଲ୍ଲାରେ ହେବ ଘଡ଼ଘଡ଼ି ସହ ବର୍ଷା, ସତର୍କ କଲା ପାଣିପାଗ କେନ୍ଦ୍ର

ଆସନ୍ତା ୧୬ ତାରିଖରେ ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
Rain

Rain

Advertisment

ପଶ୍ଚିମା-ଝଡ଼ ପ୍ରଭାବରେ ରାଜ୍ୟରେ ଆଜିଠୁ ୧୮ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପଶ୍ଚିମା ଝଡ଼ ପ୍ରଭାରେ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଂଜ, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି,କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ା।

ଆସନ୍ତା ୧୬ ତାରିଖରେ ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ୧୬ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଂଜ ସମ୍ବଲପୁର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ କାଳବୈଶାଖୀ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି ଉତ୍ତର ଉପକୂଳର କିଛି ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ସହ ବର୍ଷା ହେବାର ଆଶଙ୍କା ରହିଛି।

Advertisment

ସେହିପରି ୧୭ ତାରିଖରେ ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା,ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ କାଳବୈଶାଖୀ ସହ ବର୍ଷା ହେବାର ସମ୍ଭାବନା ରହିଛି।

୧୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା କାଳବୈଶାଖୀ ସହ ବର୍ଷା ହେବାର ସମ୍ଭାବନା ରହିଛି।ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଆଜିଠୁ ୧୮ ତାରିଖ ପର୍ଯ୍ୟନ୍ତ ବର୍ଷା ସହ କାଳ ବୈଶାଖା ହେବାର ସମ୍ଭାବନା ରହିଛି।

Heavy Rain Weather Report Weather
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe