ଯାମିନୀ ଷଡ଼ଙ୍ଗୀ ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦ୍ଦେଶକ, ନୃସିଂହ ସ୍ୱାଇଁ ବୌଦ୍ଧ ଜିଲ୍ଲାପାଳ

ଧର୍ମଗଡ଼ ଉପଜିଲ୍ଲାପାଳ ତଥା ଧର୍ମଗଡ଼ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ୨୦୨୦ ବ୍ୟାଚ୍ ଆଇଏଏସ୍ ବେଦଭୂଷଣଙ୍କୁ  ସମ୍ବଲପୁର ମହାନଗର ନିଗମର କମିଶନର ଭାବେ ବଦଳି ହୋଇଛି ।

ଯାମିନୀ ଷଡ଼ଙ୍ଗୀ

  • Published: Monday, 03 July 2023
  • , Updated: 03 July 2023, 08:27 PM IST

ପ୍ରାୟ ଏକ ବର୍ଷ ଧରି ଷ୍ଟଡି ଲିଭରେ ଥିବା ୨୦୦୮ ବ୍ୟାଚ୍ ଆଇଏଏସ୍ ଯାମିନୀ ଷଡ଼ଙ୍ଗୀ ଓଡ଼ିଶା ଫେରିବା ପରେ ତାଙ୍କୁ ରାଜ୍ୟ ସରକାର ଆଜି ନିଯୁକ୍ତି ଦେଇଛନ୍ତି । ଶ୍ରୀମତୀ ଷଡ଼ଙ୍ଗୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ ହୋଇଛନ୍ତି । ସେହିପରି ବରିଷ୍ଠ ଓଏଏସ୍ ନୃସିଂହ ଚରଣ ସ୍ୱାଇଁଙ୍କୁ ବୌଦ୍ଧ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ ଶ୍ରୀମତୀ ଷଡ଼ଙ୍ଗୀ ଓଡ଼ିଶା ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଅବସ୍ଥାପିତ କରାଯାଇଛି । ଏହାସହିତ ସେ ଅର୍ଥ ବିଭାଗର ଅତିରିକ୍ତ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ । ଶ୍ରୀମତୀ ଷଡ଼ଙ୍ଗୀଙ୍କ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରକଳ୍ପ ନିର୍ଦ୍ଦେଶକ ପଦବୀକୁ ଆଇଏଏସ୍ କ୍ୟାଡରରେ ଅତିରିକ୍ତ ସଚିବ ପାହ୍ୟାକୁ ଉନ୍ନୀତ କରାଯାଇଛି ।

ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ପଦୋନ୍ନତିପ୍ରାପ୍ତ ଆଇଏଏସ୍ ୨୦୧୨ ବ୍ୟାଚର ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି ହୋଇଛି । ର୍ମଗଡ଼ ଉପଜିଲ୍ଲାପାଳ ତଥା ଧର୍ମଗଡ଼ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ୨୦୨୦ ବ୍ୟାଚ୍ ଆଇଏଏସ୍ ବେଦଭୂଷଣଙ୍କୁ  ସମ୍ବଲପୁର ମହାନଗର ନିଗମର କମିଶନର ଭାବେ ବଦଳି ହୋଇଛି । ବରିଷ୍ଠ ଓଏଏସ୍ ତଥା ଅର୍ଥ ବିଭାଗ ସ୍ୱତନ୍ତ୍ର ସଚିବ ନୃସିଂହ ଚରଣ ସ୍ୱାଇଁଙ୍କୁ ବୌଦ୍ଧ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।

ସୂଚନାଯୋଗ୍ୟ, ବୌଦ୍ଧ ଜିଲ୍ଲାପାଳ ବରିଷ୍ଠ ଓଏଏସ୍ ଅଫିସର ସତ୍ୟରଞ୍ଜନ ସାହୁ ଜୁନ୍ ୩୦ତାରିଖରେ ସରକାରୀ ଚାକିରିରୁ ଅବସର ନେବା ପରେ ଏହି ପଦବୀ ଖାଲି ପଡ଼ିଥିଲା । ସେହିପରି ୨୦୦୮ ବ୍ୟାଚ୍ ଆଇଏଏସ୍ ଯାମିନୀ ଷଡ଼ଙ୍ଗୀ ଆମେରିକାର ନ୍ୟୁଜର୍ସିସ୍ଥିିତ ପ୍ରିନ୍ସଟନ୍ ୟୁନିର୍ଭସିଟିରେ ‘ମାଷ୍ଟର ଇନ୍ ପବ୍ଲିକ ପଲିସି’ରେ ପାଠ ପଢ଼ିବା ନିମନ୍ତେ ୨୦୨୨ ଜୁଲାଇ ୧ରୁ ଷ୍ଟଡି ଲିଭରେ ଥିଲେ । ରାଜ୍ୟ ସରକାର ତାଙ୍କୁ ଏହି ଅବଧିରେ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ପାହ୍ୟାରେ ଓଏସଡି ଭାବେ ନିଯୁକ୍ତି ଦେଇଥିଲେ ।

Related story