ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୮ ମୃତ, ୧୬ରୁ ଅଧିକ ଗୁରୁତର

ଭୁବନେଶ୍ୱର: ମଙ୍ଗଳବାର ଅପରାହ୍ନରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସହ ବଜ୍ରପାତ ଘଟି ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୬ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଜଗତସିଂହପୁରରେ ବଜ୍ରପାତ ଘଟି ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଠାରେ ୩ ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇରେ ବଜ୍ରପାତରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ପଟ୍ଟାମୁଣ୍ଡାଇ ବାଳିକା ବିଦ୍ୟାଳୟ ଚାଲିଥିବା […]

Lightning-kills

Rakesh Mallick
  • Published: Tuesday, 14 July 2015
  • , Updated: 14 July 2015, 02:41 PM IST

ଭୁବନେଶ୍ୱର: ମଙ୍ଗଳବାର ଅପରାହ୍ନରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସହ ବଜ୍ରପାତ ଘଟି ୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୬ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଜଗତସିଂହପୁରରେ ବଜ୍ରପାତ ଘଟି ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଠାରେ ୩ ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇରେ ବଜ୍ରପାତରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ପଟ୍ଟାମୁଣ୍ଡାଇ ବାଳିକା ବିଦ୍ୟାଳୟ ଚାଲିଥିବା ବେଳେ ସ୍କୁଲ ଉପରେ ବଜ୍ରପାତ ହେବାରୁ ୧୧ ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି । ଏହି ଜିଲ୍ଲାର ମହାକାଳପଡା ଚକଡାଗଗୁଆ ଗାଁରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ବାଳକ ଗୁରୁତର ଆହତ ହୋଇଛନ୍ତି। ସେହିପରି କଟକ ନିଶ୍ଚିନ୍ତକୋଇଲି ବ୍ଲକ ଦୀକ୍ଷିତପଡା ଗାଁରେ ଜଣେ ଓ ବାଲେଶ୍ୱର ଜିଲ୍ଲା ଚାନ୍ଦବାଲି ସାଥିବାକୁଡାରେ ସ୍କୁଲରୁ ଫେରୁଥିବା ବେଳେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ନନ୍ଦପୁର ପାଟିଲୋ ଗାଁରେ ମଧ୍ୟ ବଜ୍ରପାତରେ ଜଣେ ମୃତ୍ୟୁବରଣ କରିଥିବା ଜଣାପଡିଛି। ଭଦ୍ରକ ଜିଲ୍ଲା ବାସୁଦେବପୁର ବିଦେଇପୁରପାଳରେ ବଜ୍ରପାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି ।

Related story