ବିଭିନ୍ନ ସ୍ଥାନରେ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ସବୁ ଜିଲ୍ଲା ସଦର ମହକୁମା ଓ ବିଭିନ୍ନ ଅନୁଷ୍ଠାନରେ ୬୮ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିପାଇଁ ସାରା ରାଜ୍ୟରେ ଉତ୍ସହ ଦେଖିବାକୁ ମିଳିଛି। ଭଦ୍ରକ ଜିଲ୍ଲା ସଦର ମହକୁମାରେ ଆୟୋଜିତ ସମାରୋହରେ ପଞ୍ଚାୟତିରାଜ ମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ପରେ ଛାତ୍ରଛାତ୍ରୀମାନେ ପରେଡ କରିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ରାଉରକେଲାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ […]

republicday1

Rakesh Mallick
  • Published: Thursday, 26 January 2017
  • , Updated: 26 January 2017, 03:08 PM IST

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ସବୁ ଜିଲ୍ଲା ସଦର ମହକୁମା ଓ ବିଭିନ୍ନ ଅନୁଷ୍ଠାନରେ ୬୮ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିପାଇଁ ସାରା ରାଜ୍ୟରେ ଉତ୍ସହ ଦେଖିବାକୁ ମିଳିଛି।

ଭଦ୍ରକ ଜିଲ୍ଲା ସଦର ମହକୁମାରେ ଆୟୋଜିତ ସମାରୋହରେ ପଞ୍ଚାୟତିରାଜ ମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ପରେ ଛାତ୍ରଛାତ୍ରୀମାନେ ପରେଡ କରିବା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

ରାଉରକେଲାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଭୁପିନ୍ଦର ସିଂହ ପୁନିଆ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ନୟାଗଡ଼ ପିଟିଏସ୍‌ ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଅର୍ଥମନ୍ତ୍ରୀ ପ୍ରଦୀପ ଅମାତ ଯୋଗ ଦେଇଥିଲେ। ଅମାତ ପରେଡରେ ଅଭିବାଦନ ଗ୍ରହଣ କରିବା ସହ ସ୍ୱାଧୀନତା ସଂଗ୍ରାମୀଙ୍କ ବଳିଦାନକୁ ମନେ ପକାଇ ଥିଲେ। ପରେଡରେ ୪୩ଟି ଅନୁଷ୍ଠାନ ଭାଗ ନେଇଥିଲେ।

କେନ୍ଦୁଝରରେ ମନ୍ତ୍ରୀ ସୁଦାମ ମାରାଣ୍ଡି ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ସେହିପରି ସମ୍ବଲପୁରରେ ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଏମ୍‌ଏସ୍‌ଏମ୍‌ଇ ବିଭାଗ ମନ୍ତ୍ରୀ ଯୋଗେନ୍ଦ୍ର ବେହେରା ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ।

ବାରିପଦା ରିଜର୍ଭ ପୋଲିସ ପଡିଆରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏଥିରେ ୪୦ଟି ଅନୁଷ୍ଠାନ ପରେଡ କରିଥିଲେ। ପରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ କରିଥିଲେ।

ବାଲେଶ୍ୱର ପୋଲିସ ପଡିଆରେ ମନ୍ତ୍ରୀ ଉଷା ଦେବୀ ମୁଖ୍ୟଅତିଥି ଭାବେ ଯୋଗଦେଇ ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। ଯାଜପୁର ବାଳାଶ୍ରମ ପଡ଼ିଆଠାରେ ସାଧାରଣତନ୍ତ୍ର ଦିବସ ଉତ୍ସବରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ପରେ ଆୟୋଜିତ ପରେଡରେ ୬୨ଟି ଟ୍ରୁପ୍‌ ଅଂଶଗ୍ରହଣ କରିଥିଲେ।

Related story