ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀଲାଲ ରାଜ୍ୟର ପ୍ରତିଷ୍ଠିତ ଓଡ଼ିଶା ୟୁନିର୍ଭସିଟି ଅଫ ଟେକ୍ନୋଲୋଜି ଆଣ୍ଡ ରିସର୍ଚ୍ଚ(ଓୟୁଟିଆର)ର କୁଳପତି ଭାବେ ପ୍ରଫେସର ବିଭୂତି ଭୂଷଣ ବିଶ୍ୱାଳଙ୍କୁ ନିଯୁକ୍ତି ଦେଇଛନ୍ତି । ପ୍ରଫେସର ବିଶ୍ୱାଳ ଏହି ପଦବୀରେ ୪ବର୍ଷ ପାଇଁ କାର୍ଯ୍ୟ କରିବେ । ସେ ଏବେ ମେଘାଳୟର ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ ଟେକ୍ନୋଲୋଜି(ଏନଆଇଟି)ର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି ।
ପ୍ରଫେସର ବିଶ୍ୱାଳ ଯାଦବପୁର ବିଶ୍ୱବିଦ୍ୟାଳୟରୁ ପିଏଚଡି ଡିଗ୍ରୀ ହାସଲ କରିଥିବା ବେଳେ ଶିକ୍ଷା କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ଗତବର୍ଷ ତାଙ୍କୁ ଏଜୁକେସନାଲ ଲିଡରସିପ୍ ଆୱାର୍ଡ ମଧ୍ୟ ମିଳିଥିଲା । ପୂର୍ବରୁ ତାଙ୍କୁ ଭାରତ ଶିକ୍ଷା ଗୌରବ ପୁରସ୍କାର ବି ମିଳିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।