ବିଜେପୁରରେ ପ୍ରଚାର ସରିଲା, ଦିନକ ପରେ ଭୋଟ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପୁର ଉପନିର୍ବାଚନ ପାଇଁ ଆଜି ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଦିନକ ପରେ ଅର୍ଥାତ୍ ସୋମବାର ଦିନ ବିଜେପୁର ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ଅନୁଷ୍ଠିତ ହେବ। ନିର୍ବାଚନମଣ୍ଡଳୀରେ ମୋଟ ୨୮୫ଟି ବୁଥ୍ ମାଧ୍ୟମରେ ୨ଲକ୍ଷ ୩୨ହଜାର ୨୬୪ଜଣ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ଭୋଟଗ୍ରହଣ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଥିବାବେଳେ ୧୩୫ଟି ବୁଥକୁ ସମ୍ବଦେନଶୀଳ ଚିହ୍ନଟ କରାଯାଇଛି। ଏପଟେ ରାଜ୍ୟ ସରକାର ବିଜେପୁର ଉପନିର୍ବାଚନ ପାଇଁ ୨୧ତାରିଖକୁ […]

Odisha: Bijepur assembly bypoll on October 21

Odisha: Bijepur assembly bypoll on October 21

Manoranjan Sial
  • Published: Saturday, 19 October 2019
  • Updated: 19 October 2019, 08:33 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପୁର ଉପନିର୍ବାଚନ ପାଇଁ ଆଜି ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଦିନକ ପରେ ଅର୍ଥାତ୍ ସୋମବାର ଦିନ ବିଜେପୁର ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ଅନୁଷ୍ଠିତ ହେବ। ନିର୍ବାଚନମଣ୍ଡଳୀରେ ମୋଟ ୨୮୫ଟି ବୁଥ୍ ମାଧ୍ୟମରେ ୨ଲକ୍ଷ ୩୨ହଜାର ୨୬୪ଜଣ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ଭୋଟଗ୍ରହଣ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଥିବାବେଳେ ୧୩୫ଟି ବୁଥକୁ ସମ୍ବଦେନଶୀଳ ଚିହ୍ନଟ କରାଯାଇଛି। ଏପଟେ ରାଜ୍ୟ ସରକାର ବିଜେପୁର ଉପନିର୍ବାଚନ ପାଇଁ ୨୧ତାରିଖକୁ ସବୈତନିକ ଛୁଟି ଘୋଷଣା କରିଛନ୍ତି।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ମୋଟ ୧୮୯୫ଜଣ କର୍ମଚାରୀଙ୍କୁ ଭୋଟ ଗ୍ରହଣ କେନ୍ଦ୍ରରେ ନିୟୋଜିତ କରାଯାଇଛି। ନିର୍ବାଚନମଣ୍ଡଳୀରେ ୬ଟି ବୁ୍ଥ୍ ନକ୍ସଲ ପ୍ରବଣ ଅଞ୍ଚଳରେ ହୋଇଥିବାବେଳେ ୧୪ଟି ବୁଥରେ ସିସିଟିଭି, ୧୬ଟି ବୁଥରେ ଭିଡିଓଗ୍ରାଫି ଓ ୨୮ଟି ବୁଥରେ ୱେବକାଷ୍ଟିଙ୍ଗ୍ କରାଯିବ ବ୍ୟବସ୍ଥା କରାଯିବାକୁ ନିଷ୍ପତ୍ତି ହୋଇଛି। ନିର୍ବାଚନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି।

ବିଜେପୁର ନିର୍ବାଚନରେ ମୁଖ୍ୟତଃ ବିଜେଡି ଓ ବିଜେପି ପ୍ରାର୍ଥୀଙ୍କ ମଧ୍ୟରେ ଲଢ଼େଇ ହେବାର ସମ୍ଭାବନା ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ସପକ୍ଷରେ ପ୍ରଚାର ପାଇଁ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେଠାରେ ୨ଦିନ ପ୍ରଚାର କରିଥିବାବେଳେ ବିଜେଡିର ୧୨ରୁ ଅଧିକ ମନ୍ତ୍ରୀ ଓ ବହୁ ହେଭିୱେଟ୍ ବିଧାୟକ ଓ ସାଂସଦ ସେଠାରେ ଡେରା ପକାଇଛନ୍ତି। ସେହିପରି ବିଜେପି ପ୍ରାର୍ଥୀ ସନତ ଗଡ଼ତିଆଙ୍କ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବରିଷ୍ଠ ନେତା ବିଜୟ ମହାପାତ୍ର, ରାଜ୍ୟ ସଭାପତି ବସନ୍ତ ପଣ୍ଡା, ସାଂସଦ ସୁରେଶ ପୂଜାରୀ, କନକବର୍ଦ୍ଧନ ସିଂହଦେଓ ପ୍ରମୁଖ ଜୋରଦାର ପ୍ରଚାର କରିଛନ୍ତି। ଏହି ଦୁଇ ଦଳ ତୁଳନାରେ କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପଣ୍ଡାଙ୍କ ସପକ୍ଷରେ ଦଳୀୟ ପ୍ରଚାର ଅଭିଯାନ ଧିମା ରହିଥିବା ଦେଖିବାକୁ ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos