୫ରେ ପ୍ରାର୍ଥିପତ୍ର ଦାଖଲ କରିବେ ବିଜେଡି ପ୍ରାର୍ଥୀ ରିତା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେପୁର ଉପନିର୍ବାଚନ ପାଇଁ ଆସନ୍ତା ୫ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ ବିଜେଡି ପ୍ରାର୍ଥୀ ରୀତା ସାହୁ। ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ଏହି ସୂଚନା ଦେଇଛନ୍ତି ରୀତା।

ନିର୍ବାଚନ ତାରିଖ ଘୋଷଣା ପରେ ଆଜି ପ୍ରଥମ ଥର ରୀତା, ନବୀନ ନିବାସକୁ ଆସି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ଏ ଅବସରରେ ଗାଇସିଲଟ ବ୍ଲକର ପୂର୍ବତନ ସରପଞ୍ଚ, ସମିତି ସଭ୍ୟଙ୍କ ସମେତ କଂଗ୍ରେସର ୫୩ ଜଣ କର୍ମୀ ବିଜେଡିରେ ସାମିଲ ହୋଇଥିଲେ।

ନୂଆ କର୍ମୀଙ୍କ ଯୋଗଦାନ ବିଜେଡିକୁ ମଜବୁତ କରିବ ବୋଲି ନବୀନ ପଟ୍ଟନାୟକ କହିଛନ୍ତି।