ରାସ୍ତାରେ ଚାଲିଗଲା ଦୁଇ ଯୁବକଙ୍କ ଜୀବନ

ଅନୁଗୋଳ(ବିରଜା ଦାଶ): ଅନୁଗୋଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ ରେଲୱେ ଓଭରବ୍ରିଜ ନିକଟରେ ସଡ଼କ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳି ପାରିନଥିବାବେଳେ ପୁଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ବାଇକଟି ଛେଣ୍ଡିପଦାରୁ ଜରପଡା ଅଭିମୁଖେ ଆସୁଥିବାଲା। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଛି। […]

bike-accident

Manoranjan Sial
  • Published: Saturday, 26 September 2020
  • , Updated: 26 September 2020, 04:08 PM IST

ଅନୁଗୋଳ(ବିରଜା ଦାଶ): ଅନୁଗୋଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ ରେଲୱେ ଓଭରବ୍ରିଜ ନିକଟରେ ସଡ଼କ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳି ପାରିନଥିବାବେଳେ ପୁଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

ବାଇକଟି ଛେଣ୍ଡିପଦାରୁ ଜରପଡା ଅଭିମୁଖେ ଆସୁଥିବାଲା। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଛି। କିଛି ସମୟ ପାଇଁ ରାସ୍ତା ଜାମ ହୋଇ ଯାଇଥିଲା। ଖବର ପାଇଁ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ପରେ ରାସ୍ତା ସ୍ୱଭାବିକ ହୋଇଥିଲା।

Related story