ମୋହନା (ମିହିର ଜତି): କାର ଓ ବାଇକ ମୁହାଁମୁହିଁ ଧକ୍କାରେ ଚାଲିଗଲା ଦୁଇ ଭାଇଙ୍କ ଜୀବନ। ଦୁର୍ଘଟଣାରେ କାର୍ ଚାଳକ ଗୁରୁତର ଆହତ ହୋଇ ମେଡିକାଲ୍ରେ ଭର୍ତ୍ତି ହୋଇଛନ୍ତି। ଆଜି ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଗଜପତି ଜିଲ୍ଲା ମୋହନା ଥାନା ଅଞ୍ଚଳରେ ଘଟିଛି।
ଅଡ଼ବା ଥାନା ବିକ୍ରମପୁର ଗାଁର ସୁଜିତ ବର୍ଦ୍ଧନ ଓ ତାଙ୍କ ସମ୍ପର୍କୀୟ ଭାଇ ଯାକୁବ ବର୍ଦ୍ଧନ ବାଇକରେ ମୋହନା ଅଭିମୁଖେ ଯାଉଥିଲେ। ପଲ୍ଲୀଗଜପତି ଛକ ନିକଟରେ ସମ୍ମୁଖରୁ ଆସୁଥିବା କାର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଖବର ପାଇ ମୋହନା ଥାନା ପୁଲିସ ଦୁଇ ଭାଇ ଓ କାର ଚାଳକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମୋହନା ମେଡ଼ିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଦୁଇ ଭାଇଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଖୋଲୁଛି ବାଂଲାଦେଶୀ ନାବାଳିକା ପେଡି; ପଞ୍ଝାରେ ଆଉ ଜଣେ ଦଲାଲ୍
ନବାଳିକାମାନେ ଅଭିଯୁକ୍ତ ସୁଲେମାନକୁ ଚିହ୍ନଟ କରିଛି। ଏହି ମାମଲାରେ ସୋମବାର କଟକ ସିଟି ମାଜିଷ୍ଟ୍ରେଟ୍ଙ୍କ କୋର୍ଟରେ ପୀଡ଼ିତାଙ୍କର ବୟାନ ରେକର୍ଡ କରାଯିବା ସହ ଡାକ୍ତରଖାନାରେ ଡାକ୍ତରୀ ମାଇନା ହୋଇଛି।
Accident
ମଝି ରାସ୍ତାରେ ଦୁଇ ବାଇକ୍ ପିଟି ହେଲେ
ଲୋକେ ୩ ବାଇକ୍ ଆରୋହୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବେଲପଡା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି।
Crime
ନାବାଳିକା ପୋଡ଼ି ମାମଲାରେ ଦମ୍ପତିଙ୍କ ସମେତ ୩ ଦଣ୍ଡିତ
୨୦୧୭ ମାର୍ଚ୍ଚ ୨୬ ତାରିଖରେ ୩ ଅଭିଯୁକ୍ତ ଯଥା ଚକ୍ରଧର ନାୟକ, ତାଙ୍କ ପତ୍ନୀ ଅନିମା ଓ କେୟାରଟେକର ଚିନ୍ତାମଣି ନାବାଳିକାଙ୍କୁ ଘରେ ପୂରାଇ ନିଆଁ ଲଗାଇ ପୋଡ଼ି ଦେଇଥିବା ଅଭିଯୋଗ ହୋଇଥିଲା।
Miscellaneous
ରାଜ୍ୟରେ ୫ ମାସରେ ୪୦ ହାତୀଙ୍କ ମୃତ୍ୟୁ ହୋଇଛି
ଗତ ତିନି ବର୍ଷରେ ୬୬୮ ଜଣଙ୍କୁ ମାରିଛି ହାତୀ, ୫ ବର୍ଷରେ ୨୨ ଜଣଙ୍କୁ ଖାଇଲାଣି କୁମ୍ଭୀର। ବିଧାନସଭାରେ ତଥ୍ୟ ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ।
Miscellaneous
ଅତିରିକ୍ତ ବଜେଟରେ ୧୨ ହଜାର ୧୫୬ କୋଟି ଟଙ୍କା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ବ୍ୟବସ୍ଥା ଓ ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି।