ଉମରକୋଟ(କାର୍ତ୍ତିକ ମଲ୍ଲିକ): ସଡ଼କ ଦୁର୍ଘଟଣାରେ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଜି ଏମିତି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନବରଙ୍ଗପୁର ଜିଲ୍ଲା ରାଇଘର-ଉମରକୋଟ ରାଜ୍ୟ ରାଜପଥର କୋଟପାରାଠାରେ ଘଟିଛି। ଗୁରୁତର ଆହତଙ୍କୁ ଉମରକୋଟ୍ ମେଡିକାଲ୍ରେ ଭର୍ତ୍ତି କରାଯାଇଛି।
ରାଇଘର ଅଞ୍ଚଳର ବିଜୟ ମହାପାତ୍ର ହେଉଛନ୍ତି ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷ। ଆଜି ସେ କୌଣସି କାମରେ ବାଇକ୍ରେ ଉମରକୋଟ ଯାଇଥିଲେ। ନିଜର କାମ ସାରି ଘରକୁ ଫେରିବା ବେଳେ କୋଟପାରା ନିକଟରେ ବିପରୀତ ଦିଗରୁ ଆସୁଥିବା ଅନ୍ୟ ଏକ ବାଇକ୍ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ବିଜୟ ରାସ୍ତା ମଝିରେ ପଡ଼ି ଯାଇଥିଲେ। ଏହି ସମୟରେ ଏକ ଦ୍ରୁତଗାମୀ ଟ୍ରକ ତାଙ୍କ ଉପରେ ଚଢ଼ି ଯାଇଥିଲା। ଯାହାଦ୍ୱାରା ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।
ତେବେ ମୃତ ବିଜୟଙ୍କୁ ଧକ୍କା ଦେଇଥିବା ବାଇକ ଚାଳକ ସରଗୁଲି ଡିଏନକେ ଗାଁର ଦାଦା-ପୁତୁରା ଗୁରୁତର ଆହତ ହୋଇଥିଲେ। ଉଭୟଙ୍କୁ ଉଦ୍ଧାର କରାଯାଇ ଉମରକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ପ୍ରବାସୀ ଭାରତୀୟ ସମ୍ମେଳନ ଆରମ୍ଭ, କାଲି ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
ଆସନ୍ତାକାଲି ଆନୁଷ୍ଠାନିକ ଭାବେ ସମ୍ମେଳନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ଆଜି ସନ୍ଧ୍ୟାରେ ଭୁବନେଶ୍ବର ଆସୁଛନ୍ତି ପ୍ରଧାନମନ୍ତ୍ରୀ।
Crime
ଦୁଇ ଶ୍ରମିକଙ୍କୁ ଅପହରଣ କରି ମାଗୁଥିଲେ ଟଙ୍କା, ବନ୍ଧା ହେଲେ ଦୁଇ ଯୁବକ
ଗତ ୫ ତାରିଖ ଦିନ ହାଡିଆପଠାରେ କିଛି ନିଶାସକ୍ତ ଯୁବକଙ୍କ ସହ ସେମାନଙ୍କର ପାଟିତୁଣ୍ଡ ହୋଇଥିଲା। ଏହାପରେ ଯୁବକମାନେ ଦୁଇ ଶ୍ରମିକଙ୍କୁ ଉଠାଇ ନେଇ ଯୋବ୍ରା ଅଞ୍ଚଳର ପରିତ୍ୟକ୍ତ ଘରେ ରଖିଥିଲେ।
Crime
ରାଜଧାନୀରେ ଚାଞ୍ଚଲ୍ୟ; ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା
ଆଜି ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଜଣେ ଯୁବକ ସ୍କୁଟିରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ବାଇକ୍ରେ ଆସିଥିବା ଦୁଇ ଯୁବକ ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ଏକ ମାରଣାସ୍ତ୍ରରେ ଚୋଟ ପକାଇଥିଲେ।
Crime
ପୁଲିସ୍ ମାରିଛି ପୋଷ୍ଟର- ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ
ସଂପୃକ୍ତ ଅଭିଯୁକ୍ତର ୨ଟି ଫଟୋ ଜାରି କରିଛି ସମ୍ବଲପୁର ପୁଲିସ୍। କୌଣସି ବ୍ୟକ୍ତି ଅଭିଯୁକ୍ତ ସମ୍ପର୍କରେ ସୂଚନା ଦେଲେ ତାଙ୍କୁ ଲକ୍ଷେ ଟଙ୍କା ପୁରସ୍କାର ରାଶି ଦିଆଯିବ ବୋଲି ପୁଲିସ କହିଛି।
Miscellaneous
ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ, ରାଜଧାନୀରେ ଜମିଲାଣି ଭିଭିଆଇପିଙ୍କ ଭିଡ଼
। ଆସନ୍ତାକାଲି ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମେଳନକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ମୋଦି। ଆସିବା ଆଗରୁ ପ୍ରଧାନମନ୍ତ୍ରୀ ସୋଶାଲ ମିଡ଼ିଆ ଏକ୍ସରେ ଏ ନେଇ ସୂଚନା ଦେଇଛନ୍ତି।