ଉମରକୋଟ(କାର୍ତ୍ତିକ ମଲ୍ଲିକ): ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ୍ ବରିଗୁଡ଼ା ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଜଣେ ମୋଟର ସାଇକେଲ୍ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ବାଇକ୍ ଚାଳକ ଉମରକୋଟ ବଡକୁମାରୀ ଅଞ୍ଚଳର ବୋଲି ଜଣାପଡ଼ିଛି। ମାତ୍ର ବର୍ତ୍ତମାନ ସୁଦ୍ଧା ତାଙ୍କର ପରିଚୟ ମିଳିପାରି ନାହିଁ। ତେବେ ମୃତଦେହ ନିକଟରେ ପଡ଼ିଥିବା ଆଧାର କାର୍ଡରେ ବାସୁ ଗୌଡ ପିତା ଧର୍ମୁ ଗୌଡ ଲେଖାଯାଇଛି।
ଆଜି ରାତି ପ୍ରାୟ ୮ ଟା ବେଳେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ମିନି ଟ୍ରକ୍ ପଛରେ ବାଇକ ଚାଳକ ପିଟି ହୋଇ ଯାଇଥିଲା। ଫଳରେ ଘଟଣାସ୍ଥଳରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିଲା। ଡାବୁଗାଁ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କାରକୁ ପିଟିଲା ହାଇୱା, ୨ ବିଜେପି କର୍ମୀଙ୍କ ମୃତ୍ୟୁ
ଦେବେନ୍ଦ୍ର ଓ ମୁରଲୀଧର କୌଣସି କାମରେ ଭୁବନେଶ୍ୱର ଯାଇଥିଲେ। ସେମାନେ ଟ୍ରେନ୍ ଯୋଗେ ସମ୍ବଲପୁର ଫେରିଥିଲେ। ସେଠାରୁ ଗାଁକୁ ଫେରିବା ପାଇଁ ସେମାନେ କାର ମଗାଇଥିଲେ।
Miscellaneous
ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍
ଡ୍ରୋନଟି ଦୋଳମଣ୍ଡପ ସାହିରୁ ଆସି ପ୍ରଥମେ ମନ୍ଦିର ଚାରିପାଖ ଏବଂ ପରେ ମେଘନାଦ ପାଚେରୀ ବୁଲିଥିଲା।
Miscellaneous
୨ ହଜାର ନୂଆ ଟ୍ରାଫିକ ପୁଲିସ ପଦବୀ ସୃଷ୍ଟିକୁ ମଞ୍ଜୁରୀ, ଚଳିତବର୍ଷ ପୂରଣ ହେବ ୫୦୦ ପଦବୀ
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉଦଯାପନ କାର୍ଯ୍ୟକ୍ରମରେ ଯୋଗ ଦେଇ ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବା ନିମନ୍ତେ ଆହ୍ୱାନ କରିଛନ୍ତି ।
Events & Festivals
ଉତ୍କର୍ଷ ଓଡ଼ିଶା କନକ୍ଲେଭ: ୪ଦିନ ଧରି ଚାଲିବ କାର୍ଯ୍ୟକ୍ରମ, ୨୮ରେ ଆସିବେ ପ୍ରଧାନମନ୍ତ୍ରୀ
‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ଶିଳ୍ପ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଏକ ବିସ୍ତୃତ କାର୍ଯ୍ୟସୂଚୀ ଉପସ୍ଥାପନ କରାଯାଇଛି ।
Crime
ସଫେଇ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ବାବୁଲି କାକ ରାଣିବଗିଚା ବାଇପାସ୍ ନିକଟରେ ସଫେଇ କାମର ତଦାରଖ କରିବା ପାଇଁ ଯାଇଥିଲେ। କାମ ତଦାରଖ କରିବା ପରେ ସେଠାରେ ସେ ଠିଆ ହୋଇଥିଲେ। ଠିକ୍ ସେତିକି ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା।