ଖୋର୍ଦ୍ଧା(ବଳରାମ ଲେଙ୍କା): ମାର୍କେଟିଂ ସାରି ଘରକୁ ଫେରୁଥିବା ବେଳେ ଅଜଣା ଗାଡ଼ି ଧକ୍କା ଦେଲା। ଫଳରେ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ଆଜି ସନ୍ଧ୍ୟା ବେଳେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଖୋର୍ଦ୍ଧାର ତାପଙ୍ଗ ନିକଟ OCC ଛକରେ ଘଟିଛି। ବର୍ତ୍ତମାନ ସୁଦ୍ଧା ଦୁର୍ଘଟଣା ଘଟାଇଥିବା ଗାଡ଼ି ସମ୍ପର୍କରେ ପତ୍ତା ମିଳିପାରି ନାହିଁ।
ଆଜି ସଞ୍ଜ ବେଳେ ହାଡ଼ପଦା ଗାଁର ବିକାଶ ଶ୍ରୀନ୍ଦନ ଓ ତାଙ୍କ ପତ୍ନୀ ନଳିନୀ ଶ୍ରୀଚନ୍ଦନ ମାର୍କେଟିଂ କରିବା ପାଇଁ ଖୋର୍ଦ୍ଧା ଯାଇଥିଲେ। ମାର୍କେଟିଂ ସାରି ବାଇକ୍ରେ ଫେରୁଥିବା ବେଳେ ତାପଙ୍ଗ ନିକଟ OCC ଛକରେ ଦୁର୍ଘଟଣାରେ ଶିକାର ହୋଇଥିଲେ। ଏକ ଅଜଣା ଗାଡ଼ି ସେମାନଙ୍କ ବାଇକ୍କୁ ଧକ୍କା ଦେଇଥିଲା। ସ୍ୱାମୀ ଓ ସ୍ତ୍ରୀ ରକ୍ତାକ୍ତ ଅବସ୍ଥାରେ ରାସ୍ତାରେ ପଡ଼ିଥିଲେ।
ସ୍ଥାନୀୟ ଲୋକେ ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ମେଡିକାଲ୍ରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।
Events & Festivals
ଜାନୁଆରୀ ୨୮ରୁ ଉତ୍କର୍ଷ ଓଡ଼ିଶା କନକ୍ଲେଭ, ଛୁଟିବ ଶିଳ୍ପପତିଙ୍କ ସୁଅ
ଜାନୁଆରୀ ୨୮, ୨୯ ଦୁଇ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଚାଲିବ ମେଗା ନିବେଶକ ସମ୍ମିଳନୀ- ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫। ପ୍ରଥମ ଥର ଲାଗି ରାଜ୍ୟର ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Events & Festivals
କଂସ ଦରବାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଅନୁଦାନ ୧୦ ଲକ୍ଷରୁ କୋଟିଏକୁ ବୃଦ୍ଧି
କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାର ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି କଂସ ବଦ୍ଧ ସହ ଏହି ମହା ନାଟକରେ ପଡ଼ିବ ମହା ଯବନିକା।
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।