ବ୍ରହ୍ମପୁର(ଅଶୋକ ବ୍ରହ୍ମା): ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଚଟି ଛକ ନିକଟରେ ଗତକାଲି ବିଳମ୍ୱିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ପଛରେ ବାଇକ୍ ପିଟି ହେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ତେବେ ମୃତାହତଙ୍କ ପରିଚୟ ଜଣାପଡ଼ି ନାହିଁ। ଖବର ପାଇ ଗୋଳନ୍ଥରା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁଯାୟୀ, ରାତିରେ ବାଇକ୍ରେ ୩ ଜଣ ଥିବା ବେଳେ ତାହା ଦ୍ରୁତ ଗତିରେ ଯାଉଥିଲା। ଏହି ସମୟରେ ବାଇକ୍ଟି ଆଗରେ ଯାଉଥିବା ଟ୍ରକ୍ ସହ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ସ୍ଥାନୀୟ ଲୋକେ ଏହା ଦେଖି ପୁଲିସ୍କୁ ଖବର ଦେଇଥିଲେ। ଗୁରୁତର ବ୍ୟକ୍ତିଙ୍କୁ କଟକ ବଡ଼ ଡାକ୍ତରଖାନା ନିଆଯାଇଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଆକ୍ସନ ମୁଡରେ ଇଡି; ଦ୍ୱିତୀୟ ଦିନରେ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ରେଡ୍
ଗତକାଲି ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଦିଲ୍ଲୀରେ ମଧ୍ୟ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ତାତିଲେ ଗ୍ରାମବାସୀ, ଦୁର୍ଦ୍ଦାନ୍ତ ନକ୍ସଲ ହିଡମା ଘରକୁ ମାଟିରେ ମିଶାଇଦେଲେ
ହିଡମା ନିଜ ଗାଁ ଲୋକଙ୍କୁ ସବୁବେଳେ ଡରାଇ ଧମକାଇ ରଖିଥିବା ବେଳେ ବହୁ ଲୋକ ଗାଁ ଛାଡ଼ି ଚାଲି ଯାଇଥିଲେ। ମାତ୍ର ଏବେ ସେନା ସହଯୋଗରେ ହିଡମା ଘରକୁ ମାଟିରେ ମିଶାଇ ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ।
Accident
ଦୋକାନରେ ଲାଗିଲା ନିଆଁ, ଜଣେ ଗୁରୁତର
ଏହି ଅଗ୍ନିକାଣ୍ଡରେ ଜଣେ ଗୁରୁତର ହୋଇଛନ୍ତି। ଦୋକାନରେ ହଠାତ୍ ନିଆଁ ଲାଗି ଯାଇଥିବା ବେଳେ ଭିତରେ ଥିବା ପ୍ଳାଷ୍ଟିକ ସାମଗ୍ରୀ ଜଳି ଯାଇଥିଲା।
Miscellaneous
ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ଜଗିବେ ସଶସ୍ତ୍ର ପୁଲିସ; ଚିଠି ଲେଖିଲେ ଗୃହ ସଚିବ
କୌଣସି ଅଭୟାରଣ୍ୟ ସୁରକ୍ଷା ପାଇଁ ଗୋଟେ କମ୍ପାନୀ ଆର୍ମଡ୍ ପୋଲିସ୍ ନିୟୋଜିତ ହେବା ଦେଶରେ ପ୍ରଥମ ଘଟଣା ବୋଲି କୁହାଯାଉଛି।
Crime
ହଷ୍ଟେଲ ବାଥରୁମ୍ରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଛାତ୍ରୀଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ।