ଆନନ୍ଦପୁର (ମୁନା ସିଂହ): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅନ୍ତର୍ଗତ ଚୋରଗଡ଼ିଆ ଛକ ନିକଟରେ ଜଣେ ବାଇକ୍ ଆରୋହୀଙ୍କ ବେକରେ ବାଉଁଶ ପଶି ଯିବାରୁ ସେ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ସାନୁ ତିରିଆ। ତାଙ୍କ ଘର ଘଷିପୁରା ଥାନା ଅନ୍ତର୍ଗତ ଜାମୁବାହାଳି ଗାଁରେ।
ଗତକାଲି ଅପରାହ୍ଣରେ ସାନୁ ତାଙ୍କର ଜଣେ ସାଙ୍ଗଙ୍କ ସହ ବାଇକ୍ ଯୋଗେ ବଉଳାରୁ ଘରକୁ ଫେରୁଥିଲେ। ଏହି ସମୟରେ ଏକ ଚୋରଗଡ଼ିଆ ଛକଠାରେ ଠିଆ ହୋଇଥିବା ଏକ ବାଉଁଶ ବୋଝେଇ ପିକଅପ୍ ଭ୍ୟାନ୍ ହଠାତ୍ ପଛକୁ ଗଡ଼ି ଯାଇଥିଲା। ଫଳରେ ଏହା ପଛରେ ଥିବା ସୋନୁଙ୍କ ବେକରେ ବାଉଁଶ ପଶି ଯାଇଥିଲା। ଏହାପରେ ସ୍ଥାନୀୟ ଲୋକେ ହାଟଡ଼ିହି ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ ବାହିନୀ କର୍ମଚାରୀମାନେ ଆସି ସୋନୁଙ୍କୁ ଉଦ୍ଧାର କରି ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରିଥିଲେ। ସର୍ଜରୀ ବିଶେଷଜ୍ଞ ଡାକ୍ତର ସପନ ଦାସ ଅପରେସନ୍ କରି ସୋନୁଙ୍କ ବେକରୁ ବାଉଁଶ ବାହାର କରିଥିଲେ। ହେଲେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ପରିବାର ଲୋକେ କଟକ ବଡ଼ ଡାକ୍ତରଖାନାକୁ ନେଇ ଯାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପିକଅପ୍ ଭ୍ୟାନରେ ଚାଲାଣ ହେଉଥିଲା ଗୋରୁ; ମାଡ଼ି ବସିଲା ପୁଲିସ
ଉଦ୍ଧାର ହୋଇଥିବା ଗୋରୁଙ୍କୁ ଗୋଶାଳାରେ ଛଡାଯିବ ବୋଲି ଜଣାଯାଇଛି।
Crime
ମହିଳାଙ୍କୁ ଅସଦାଚରଣ କରି ଜଗତସିଂହପୁର ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ
ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଏହି ଘଟଣାରେ ସମ୍ପୃକ୍ତ ଆସିଷ୍ଟାଣ୍ଟ କଲେକ୍ଟର ଶ୍ରୀ ଲେଙ୍କାଙ୍କୁ ଚାକିରିରୁ ନିଲମ୍ବନ ପାଇଁ ନିର୍ଦ୍ଦେଶ ଦେବା ସହ ଆସନ୍ତା ୩ମାସ ମଧ୍ୟରେ ଜଣେ ମହିଳା ତଦନ୍ତକାରୀ ଅଫିସର ଓ ଜଣେ ମହିଳା ମାର୍ଶାଲିଂ ଅଫିସରଙ୍କ ମାଧ୍ୟମରେ ସମସ୍ତ ବିଭାଗୀୟ ତଦନ୍ତ ପ୍ରକ୍ରିୟା ଶେଷ କରିବାକୁ ତାଗିଦ୍ କରିଛନ୍ତି।
Politics
ଗଞ୍ଜାମ ବିଜେଡିରେ ତାଳିପକା ଉଦ୍ୟମ, ନବୀନଙ୍କ ହସ୍ତକ୍ଷେପ ସତ୍ତ୍ୱେ ଥମିଲାନି ବିବାଦ
ଗଞ୍ଜାମ ବିଜେଡି ଗୋଷ୍ଠୀକନ୍ଦଳରେ ପଡ଼ିପାରିଲାନି ପୂର୍ଣ୍ଣଚ୍ଛେଦ। ଶଙ୍ଖ ଭବନରେ ବୈଠକ, ଦେବୀ ମିଶ୍ରଙ୍କ ତାଳିପକା ଉଦ୍ୟମ, ନବୀନଙ୍କ ଆଶ୍ୱାସନା ସବୁ ବିଫଳ।
Politics
ଦରଦାମ ବୃଦ୍ଧି ଆଳରେ ସଚିବାଳୟ ଘେରିବ ବିଜେଡି, ୨୦ଦିନ ଆଗରୁ କଲା ଘୋଷଣା
ସମନ୍ୱୟ କମିଟି ଅଧ୍ୟକ୍ଷ ଶ୍ରୀ ମିଶ୍ର କହିଚନ୍ତି ଯେ, ନୂଆବର୍ଷରେ ଜାନୁୟାରୀ ୬ତାରିଖରେ ଦରଦାମ ବୃଦ୍ଧି ପ୍ରତିବାଦରେ ଭୁବନେଶ୍ୱରରେ ଆନ୍ଦୋଳନ କରାଯିବ । ସାଧାରଣ ଲୋକେ ଦରଦାମ ବୃଦ୍ଧିରେ ଅତିଷ୍ଠ ହେଲେଣି ।
Crime
କାହା ଅନୁମତିରେ ଘର ଉପରେ ଲାଗିଛି ଭିଏଚ୍ଏଫ୍?
ସମୁଦ୍ର କୂଳିଆ ଏହି ଦୁଇ ବ୍ଲକର ଅନେକଙ୍କ ଘର ଛାତରେ ଖଞ୍ଜାଯାଇଛି VHF। ଯାହାଦ୍ୱାରା ଅନୁପ୍ରବେଶକାରୀ ଓ ଅପରାଧିକ କାର୍ଯ୍ୟକଳାପ ଉପରେ ନଜର ରଖାଯାଇଥାଏ। ଏହାକୁ ବିଶେଷତଃ ସାମୁଦ୍ରିକ ପୁଲିସ ଓ ତଟରକ୍ଷୀ ବାହିନୀ ବ୍ୟବହାର କରିଥାନ୍ତି।