Advertisment

ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୧୩ ତାରିଖରେ ହେବ ବାଚସ୍ପତି ନିର୍ବାଚନ। ଏହାପୂର୍ବରୁ ଆଜି ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିକ୍ରମ କେଶରୀ ଆରୁଖ ।  ଏହି ସମୟରେ ତାଙ୍କ ସହ  ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିଦ୍ୟାଳୟ ଓ ଗଣଣିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ବିଧାୟକ ପ୍ରଣବ ପ୍ରକାଶ ଦାସ, ଭୂପିନ୍ଦର ସିଂହ ଓ ରାଜେନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ନାମାଙ୍କନ ପତ୍ର ଦାଖଲ ପରେ […]

ଅଦ୍ୟତନ ହୋଇଛି
ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ବିକ୍ରମ କେଶରୀ ଆରୁଖ

aarukha

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୧୩ ତାରିଖରେ ହେବ ବାଚସ୍ପତି ନିର୍ବାଚନ। ଏହାପୂର୍ବରୁ ଆଜି ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ବିକ୍ରମ କେଶରୀ ଆରୁଖ ।  ଏହି ସମୟରେ ତାଙ୍କ ସହ  ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିଦ୍ୟାଳୟ ଓ ଗଣଣିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ବିଧାୟକ ପ୍ରଣବ ପ୍ରକାଶ ଦାସ, ଭୂପିନ୍ଦର ସିଂହ ଓ ରାଜେନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

Advertisment

ନାମାଙ୍କନ ପତ୍ର ଦାଖଲ ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ଶ୍ରୀ ଆରୁଖ କହିଛନ୍ତି, ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ମୋ ନାଁ ପ୍ରସ୍ତାବ କରିଥିବାରୁ ତାଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି। ଏଥିସହ ସମସ୍ତ ମନ୍ତ୍ରୀ ଓ ବିଧାୟକଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି।  ବିଧାନସଭାର ପରମ୍ପରା ଓ ଗାରିମା ରକ୍ଷା ପାଇଁ ଉଦ୍ୟମ କରିବି।

[caption id="attachment_740515" align="aligncenter" width="650"]aarukha ନାବାଙ୍କନ ଦାଖଲ କରିବାକୁ ପହଞ୍ଚିଛନ୍ତି ବିକ୍ରମ କେଶରୀ ଆରୁଖ ।[/caption]

Advertisment

ବରିଷ୍ଠ ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର ଅସୁସ୍ଥ ହେବା ପରେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ। ଏହା ପରେ ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ ବାଚସ୍ପତି ହେବା ନେଇ ଚର୍ଚ୍ଚା ଜୋରି ଧରିଥିଲା।  ଆଜି ସେହି ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡ଼ିଛି ।

Odisha Assembly
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe