Advertisment

ଓଡ଼ିଶା ବିଧାନସଭାର ବାଚସ୍ପତି ହେଲେ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ। ବାଚନିକ ଭୋଟ ପରେ ବିକ୍ରମ ଆରୁଖଙ୍କୁ ବାଚସ୍ପତି ଭାବେ ଘୋଷଣା କରିଛନ୍ତି ଉପବାଚସ୍ପତି ରଜନୀକାନ୍ତ ସିଂ। ବାଚସ୍ପତି ନିର୍ବାଚନ ପାଇଁ ଆଜି ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ବସିଥିଲା। ଏଥିରେ ଆରୁଖଙ୍କୁ ବାଚସ୍ପତି କରିବା ପାଇଁ ମୋସନ ‌ଆଣିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉପ-ବାଚସ୍ପତିଙ୍କ ନିର୍ଦ୍ଦେଶ ଅନୁୟାୟୀ ମୁଖ୍ୟମନ୍ତ୍ରୀ, ବିକ୍ରମ‌ ଆରୁଖଙ୍କ ଉପରେ ବିବୃତି ରଖିଥିଲେ। ସଂସଦୀୟ ବ୍ୟାପାର ମନ୍ତ୍ରୀ ଏହି ପ୍ରସ୍ତାବକୁ […]

author-image
Tapaswini Nayak
ଅଦ୍ୟତନ ହୋଇଛି
ଓଡ଼ିଶା ବିଧାନସଭାର ବାଚସ୍ପତି ହେଲେ ବିକ୍ରମ କେଶରୀ ଆରୁଖ

Bikram Keshari Arukha

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ। ବାଚନିକ ଭୋଟ ପରେ ବିକ୍ରମ ଆରୁଖଙ୍କୁ ବାଚସ୍ପତି ଭାବେ ଘୋଷଣା କରିଛନ୍ତି ଉପବାଚସ୍ପତି ରଜନୀକାନ୍ତ ସିଂ।

Advertisment

ବାଚସ୍ପତି ନିର୍ବାଚନ ପାଇଁ ଆଜି ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ବସିଥିଲା। ଏଥିରେ ଆରୁଖଙ୍କୁ ବାଚସ୍ପତି କରିବା ପାଇଁ ମୋସନ ‌ଆଣିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉପ-ବାଚସ୍ପତିଙ୍କ ନିର୍ଦ୍ଦେଶ ଅନୁୟାୟୀ ମୁଖ୍ୟମନ୍ତ୍ରୀ, ବିକ୍ରମ‌ ଆରୁଖଙ୍କ ଉପରେ ବିବୃତି ରଖିଥିଲେ। ସଂସଦୀୟ ବ୍ୟାପାର ମନ୍ତ୍ରୀ ଏହି ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ। ଏହା ପରେ ବାଚନିକ ଭୋଟରେ ଶ୍ରୀ ଆରୁଖ ନିର୍ବାଚିତ ହେଲେ ବୋଲି ଘୋଷଣା କରିଥିଲେ ଉପବାଚସ୍ପତି। 

ଶୁକ୍ରବାର ବିଧାୟକ ବିକ୍ରମ କେଶରୀ ‌ଆରୁଖ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଥିଲେ।

Advertisment

କିଛି ଦିନ ତଳେ ବରିଷ୍ଠ ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର ଅସୁସ୍ଥ ହେବା ପରେ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ବାଚସ୍ପତି ଆସନ ଖାଲି ପଡ଼ିଥିଲା।

ବିକ୍ରମ କେଶରୀ ଆରୁଖ ଭଞ୍ଜନଗରରୁ ୬ ଥର ବିଧାୟକ ହୋଇଥିଲେ। ପୂର୍ବରୁ ସେ ସରକାରୀ ଦଳ ମୁଖ୍ୟ ସଚେତକ ଥିଲେ। ବିଭିନ୍ନ ବିଭାଗର ମନ୍ତ୍ରୀ ଭାବେ ମଧ୍ୟ ସେ କାର୍ଯ୍ୟ କରିସାରିଛନ୍ତି। ନିକଟରେ ସେ ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟାପାର ମନ୍ତ୍ରୀ ପଦରୁ ଇସ୍ତଫା ପ୍ରଦାନ କରିଥିଲେ। ଗତ ମନ୍ତ୍ରିମଣ୍ଡଳ ଅଦଳବଦଳ ସମୟରେ ତାଙ୍କୁ ଆଉ ମନ୍ତ୍ରୀ ପଦ ମିଳି ନଥିଲା। ସେହି ସମୟରେ ଚର୍ଚ୍ଚା ହେଉଥିଲେ ଯେ ସେ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ସ୍ଥାନରେ ବାଚସ୍ପତି ହେବେ।