ରାଉରକେଲା(ସତ୍ୟାନନ୍ଦ ମହାନ୍ତି):ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁରକୁ ୩ ଦିନ ପାଇଁ ଶଟଡାଉନ ଘୋଷଣା କରାଯାଇଛି। ଏହି ଶଟଡାଉନ୍ ୧୭ ତାରିଖ ସକାଳ ୬ଟାରୁ ଆରମ୍ଭ ହୋଇ ରବିବାର ମଧ୍ୟରାତ୍ର ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ପାନପୋଷ ଉପଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ର କହିଛନ୍ତି। କୋଭିଡ 19ର ସଂକ୍ରମଣ ବୀରମିତ୍ରପୁରରେ ଥମି ନଥିବାରୁ ପୌରାଞ୍ଚଳରେ ଶଟଡାଉନ୍ ନିଷ୍ପତ୍ତି ନିଆଯାଇଛି।
ଅନ୍ୟପକ୍ଷରେ ବୁଧବାର ସକାଳେ ବୀରମିତ୍ରପୁରର ଜଣେ ୪୦ ବର୍ଷୀୟ ମହିଳା ରାଉରକେଲା କୋଭିଡ ହସ୍ପିଟାଲରେ ଆଖି ବୁଜିଛନ୍ତି। ଏବେ ତାଙ୍କର ଦାହ ସଂସ୍କାର କୋଭିଡ ଗାଇଡ଼ ଲାଇନ ଅନୁସାରେ ହେଉଛି ।
ସୂଚନାଯୋଗ୍ୟ, ପୂର୍ବରୁ କୋଭିଡ ସଂକ୍ରମଣ ରୋକିବାକୁ ୧୦ ତାରିଖ ସନ୍ଧ୍ୟା ୬ଟାରୁ ୧୩ ତାରିଖ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ୩ ଦିନ ବୀରମିତ୍ରପୁର ପୌରାଞ୍ଚଳକୁ ଶଟଡାଉନ୍ କରାଯାଇଥିଲା।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।