ସୁନ୍ଦରଗଡ଼(ଓଡ଼ିଶା ରିପୋର୍ଟର): ଶତ୍ରୁ ରାଷ୍ଟ୍ରରେ ଦୀର୍ଘ ୨୦ ବର୍ଷ ଧରି ବନ୍ଦୀ ଜୀବନ କାଟି ମୁକ୍ତ ହେବା ପରେ ଭିଟାମାଟିକୁ ଫେରୁଛନ୍ତି ସୁନ୍ଦରଗଡ଼ ଜିଲ୍ଲାର ବିରଜୁ କୁଲୁ । ଆଜି ସେ ସୁନ୍ଦରଗଡ଼ ଜିଲ୍ଲାରେ ପହଞ୍ଚିବେ । ତାଙ୍କୁ ପ୍ରଥମେ ତାଙ୍କୁ କୁତ୍ରା ବ୍ଲକକୁ ନିଆଯିବ । ସେଠାରୁ ଏକ ଶୋଭାଯାତ୍ରାରେ ବିରଜୁଙ୍କୁ ତାଙ୍କ ନିଜ ଗାଁ କଟଙ୍ଗକୁ ନିଆଯିବ। ଏହାପରେ ସେଠାରେ ତାଙ୍କୁ ନିଜ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି ।
୨୫ ବର୍ଷ ଧରି ନିଖୋଜ ହେବା ପରେ ଗତବର୍ଷ ଜଣାପଡ଼ିଥିଲା ବିରଜୁ ପାକିସ୍ତାନ ଜେଲ୍ରେ ବନ୍ଦୀ ଅଛନ୍ତି। ଏହାପରେ ତାଙ୍କୁ ଉଦ୍ଧାର ପାଇଁ ଆରମ୍ଭ ହୋଇଥିଲା ପ୍ରକ୍ରିୟା । ଗତ ଅକ୍ଟୋବର ୨୬ରେ ପାକିସ୍ତାନ ଜେଲ୍ରୁ ମୁକୁଳିବା ପରେ ବିରଜୁଙ୍କୁ ପ୍ରଥମେ ପଞ୍ଜାବ ଅମୃତସରର ଏକ କୋଭିଡ୍ ସେଣ୍ଟରରେ ରଖାଯାଇଥିଲା । ସେଠାକୁ ଯାଇ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ବିରଜୁଙ୍କୁ ଧରି ଏକ ସ୍ୱତନ୍ତ୍ର ଗାଡ଼ିରେ ସୁନ୍ଦରଗଡ଼ ମୁହାଁ ହୋଇଛି ଜିଲ୍ଲା ପ୍ରଶାସନ । ସେପଟେ ପରିବାର ଲୋକେ ବିରଜୁଙ୍କୁ ସ୍ୱାଗତ ପାଇଁ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନଦୀରେ ଭାସୁଛି ଯୁବକଙ୍କ ମୃତଦେହ, ଦୁଇ ଦିନ ହେଲା ନିଖୋଜ ଥିଲେ
ଯୁବକଜଣକ ଦୁଇ ଦିନ ତଳେ ନିଖୋଜ ହୋଇ ଯାଇଥିବା ବେଳେ ଆଜି ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଛି।
Events & Festivals
ଗଙ୍ଗା ସାଗର ମେଳା ଆରମ୍ଭ, ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଉତ୍ତରପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା ଆରମ୍ଭ ହୋଇଥିବା ବେଳେ ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲା ସାଗରଦୀପ ଗଙ୍ଗା ଓ ସାଗର ସଙ୍ଗମ ସ୍ଥଳରେ ଆରମ୍ଭ ହୋଇଛି ଗଙ୍ଗା ସାଗର ମେଳା ।
Events & Festivals
ଆଜି ପୌଷ ପୂର୍ଣ୍ଣିମା, ସୁନା ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ଆଜି ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ସୁନା ବେଶ ବା ରାଜ ରାଜେଶ୍ୱର ବେଶରେ ବିଭୂଷିତ ହେବେ।
Science & Environment
ମନ ଜିଣିଥିଲା ମହେନ୍ଦ୍ର, ୬୬ ବର୍ଷରେ ଆଖି ବୁଜିଲା
ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ‘ମହେନ୍ଦ୍ର’। ମୃତ୍ୟୁ ବେଳକୁ ତାକୁ ୬୬ ବର୍ଷ ବୟସ ହୋଇଥିଲା। ସେ ଗତ କିଛି ଦିନ ହେବ ଅସୁସ୍ଥ ଥିବା ବେଳେ ତା’ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ହେଉଥିଲା।
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।