ଆନ୍ଧ୍ର ରାଜ୍ୟପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରିଷ୍ଠ ବିଜେପି ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ଶ୍ରୀ ହରିଚନ୍ଦନଙ୍କ ସହିଁତ ସୁଶ୍ରୀ ଅନସୂୟା ଉକେଇଙ୍କୁ ମଧ୍ୟ ଛତିଶଗଡ଼ ରାଜ୍ୟପାଳ ଭାବେ ଅବସ୍ଥାପିତ କରାଯାଇଛି। ଆଜି ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି ପ୍ରେସ୍ ରିଲିଜରେ ସୂଚନା ଦିଆଯାଇଛି। ୮୫ ବର୍ଷୀୟ ଶ୍ରୀ ହରିଚନ୍ଦନ ବିଜେପିର ଜଣେ ବରିଷ୍ଠ ନେତା ଓ ଦୀର୍ଘବର୍ଷ ଧରି ଜନସଂଘ ଓ ବିଜେପି ସହ ଜଡ଼ିତ ଅଛନ୍ତି। ସେ ବିଜୁ ପଟ୍ଟନାୟକଙ୍କ […]

biswabhusan

Subrat Kumar Nayak
  • Published: Tuesday, 16 July 2019
  • , Updated: 16 July 2019, 09:31 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରିଷ୍ଠ ବିଜେପି ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ଶ୍ରୀ ହରିଚନ୍ଦନଙ୍କ ସହିଁତ ସୁଶ୍ରୀ ଅନସୂୟା ଉକେଇଙ୍କୁ ମଧ୍ୟ ଛତିଶଗଡ଼ ରାଜ୍ୟପାଳ ଭାବେ ଅବସ୍ଥାପିତ କରାଯାଇଛି। ଆଜି ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ଜାରି ପ୍ରେସ୍ ରିଲିଜରେ ସୂଚନା ଦିଆଯାଇଛି।

୮୫ ବର୍ଷୀୟ ଶ୍ରୀ ହରିଚନ୍ଦନ ବିଜେପିର ଜଣେ ବରିଷ୍ଠ ନେତା ଓ ଦୀର୍ଘବର୍ଷ ଧରି ଜନସଂଘ ଓ ବିଜେପି ସହ ଜଡ଼ିତ ଅଛନ୍ତି। ସେ ବିଜୁ ପଟ୍ଟନାୟକଙ୍କ ସରକାରରେ ୧୯୯୦ରୁ ୧୯୯୩ ମସିହା ପର୍ଯ୍ୟନ୍ତ ଏବଂ ନବୀନ ପଟ୍ଟନାୟକଙ୍କ ସରକାରରେ ୨୦୦୦ରୁ ୨୦୦୯ ମସିହା ପର୍ଯ୍ୟନ୍ତ ବହୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଥିଲେ।

୧୯୩୪ ମସିହା ଅଗଷ୍ଟ ୩ ତାରିଖରେ ଜନ୍ମିତ ଶ୍ରୀ ହରିଚନ୍ଦନ ୧୯୭୧ ମସିହାରେ ଭାରତୀୟ ଜନସଂଘରେ ସାମିଲ ହୋଇଥିଲେ। ୧୯୭୭ ମସିହାରେ ସେ ଜନତା ପାର୍ଟି ଗଠନ ହେବା ପର୍ଯ୍ୟନ୍ତ ସେ ଜନସଂଘର ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ତଥା ରାଜ୍ୟ ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟ କରିଥିଲେ। ୧୯୭୫ ମସିହାରେ ସେ ମିସା ଆଇନରେ ଗିରଫ ହୋଇ ଜେଲ ମଧ୍ୟ ଯାଇଥିଲେ । ସେ ୧୯୮୦ରୁ ୧୯୮୮ ମସିହା ପର୍ଯ୍ୟନ୍ତ ବିଜେପିର ରାଜ୍ୟ ସଭାପତି ହୋଇଥିଲେ। ପରେ ସେ ବିଜେପି ଛାଡ଼ି ଜନତା ପାର୍ଟିରେ ସାମିଲ ହୋଇଥିଲେ ମଧ୍ୟ ପୁଣିଥରେ ୧୯୯୬ ଏପ୍ରିଲ ମାସରେ ବିଜେପିକୁ ଫେରିଥିଲେ। ସେବେଠୁ ସେ ରାଜ୍ୟ ବିଜେପିର ବରିଷ୍ଠ ନେତା ଭାବେ ପରିଗଣିତ ହେଉଛନ୍ତି। ଶ୍ରୀ ହରିଚନ୍ଦନ ମଧ୍ୟ ‘ମାତୃଭାଷା, ଶେଷ ଝଲକ, ରାଣାପ୍ରତାପ, ଅସ୍ତଶିଖା ଓ ମାନସୀ ଭଳି ଅନେକ ପୁସ୍ତକ ରଚନା କରିଛନ୍ତି।

ସେ ଚିଲିକା ଏବଂ ଭୁବନେଶ୍ୱରରୁ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ୨ ଥର ଜନତା ଦଳରୁ ଏବଂ ୩ ଥର ବିଜେପିରୁ ନିର୍ବାଚିତ ହୋଇଛନ୍ତି। ଏହି ବରିଷ୍ଠ ବିଜେପି ନେତା ୨୦୦୪ ମସିହାରେ ବିଜେପି-ବିଜେଡି ମେଣ୍ଟ ସରକାରରେ କ୍ୟାବିନେଟ୍‌ ମନ୍ତ୍ରୀ ଥିଲେ। ସେ ରାଜସ୍ୱ ଆଇନ, ଶିଳ୍ପ ଏବଂ ଗ୍ରାମ୍ୟ ଉନ୍ନୟନ ଆଦି ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇ ସାରିଛନ୍ତି।

ରାଜନୀତି ବ୍ୟତୀତ ଲେଖାଲେଖିରେ ରୁଚି ରଖିଥିବା ବିଶ୍ୱଭୂଷଣ ପାଇକ ଆନ୍ଦୋଳନର ୨୦୦ ବର୍ଷ ପୂର୍ତ୍ତି ପାଳନ ପାଇଁ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଗତ କିଛି ଦିନ ତଳେ ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ତାଙ୍କ ଆତ୍ମଜୀବନୀ ‘ସଂଗ୍ରାମ ସରି ନାହିଁ’ ଅର୍ପଣ କରିଥିଲେ।

Related story