ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ମାରାତ୍ମକ ‘କରୋନା’କୁ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରିଥିବାବେଳେ ବିଜେଡି ନିଜର ସମସ୍ତ ଦଳୀୟ କାର୍ଯ୍ୟକ୍ରମକୁ ବାତିଲ କରିଛି। ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜୟନ୍ତୀ ଓ ନବୀନ ପଟ୍ଟନାୟକ ସରକାରର ୨୦ବର୍ଷ ପୂର୍ତ୍ତି ନିମନ୍ତେ ବିଜେଡି ପକ୍ଷରୁ ରାଜ୍ୟବ୍ୟାପୀ ୧୫ଦିନ ଧରି ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମ ଏବେ ଜାରି ରହିଥିବାବେଳେ ଦଳ ପକ୍ଷରୁ ଏସବୁ ଆଜିଠୁ ବାତିଲ କରିଦିଆଯାଇଛି।
ବିଜେଡି ଉପସଭାପତି ଦେବୀପ୍ରସାଦ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ମାର୍ଚ୍ଚ ମାସ ଶେଷ ପର୍ଯ୍ୟନ୍ତ କୌଣସି ଦଳୀୟ ବୈଠକ, କାର୍ଯ୍ୟକ୍ରମ, କର୍ମୀ ସମ୍ମିଳନୀ କରାଯିବ ନାହିଁ। ସାଧାରଣ ଲୋକମାନଙ୍କୁ ‘କରୋନା’ ପ୍ରତି ସଚେତନ ଓ ସତର୍କ ରହିବା ନିମନ୍ତେ ସେ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ, ବିଜେଡି ଏବେ ରାଜ୍ୟବ୍ୟାପୀ ନିର୍ବାଚନମଣ୍ଡଳୀୱାରି ମହିଳା ସମାବେଶ ଆୟୋଜନ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।