ନବୀନଙ୍କ ଜନ୍ମଦିନରେ ୧୦ ହଜାର ୟୁନିଟ୍ ରକ୍ତ ସଂଗ୍ରହ କରିବ ବିଜେଡି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ତମ ଜନ୍ମଦିନରେ ବିଜେଡି ପକ୍ଷରୁ ୧୦ହଜାର ୟୁନିଟ୍ ରକ୍ତ ସଂଗ୍ରହ ପାଇଁ ଲକ୍ଷ୍ୟଧାର୍ଯ୍ୟ ହୋଇଛି । ଅକ୍ଟୋବର ୧୬ତାରିଖରେ ନବୀନଙ୍କ ଜନ୍ମଦିନରେ ରାଜ୍ୟର ମୋଟ ୫୯ଟି ସ୍ଥାନରେ ରକ୍ତଦାନ ସଂଗ୍ରହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବିଜେଡି ସାଧାରଣ ସମ୍ପାଦକ ତଥା ‘ଜୀବନବିନ୍ଦୁ’ କାର୍ଯ୍ୟକ୍ରମର ମୁଖ୍ୟ ସଂଯୋଜକ ଦେବାଶୀଷ ସାମନ୍ତରାୟ ଆଜି ଦଳୀୟ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, […]

694033-naveen-patnaik-dna

Manoranjan Sial
  • Published: Thursday, 10 October 2019
  • , Updated: 10 October 2019, 08:12 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ତମ ଜନ୍ମଦିନରେ ବିଜେଡି ପକ୍ଷରୁ ୧୦ହଜାର ୟୁନିଟ୍ ରକ୍ତ ସଂଗ୍ରହ ପାଇଁ ଲକ୍ଷ୍ୟଧାର୍ଯ୍ୟ ହୋଇଛି । ଅକ୍ଟୋବର ୧୬ତାରିଖରେ ନବୀନଙ୍କ ଜନ୍ମଦିନରେ ରାଜ୍ୟର ମୋଟ ୫୯ଟି ସ୍ଥାନରେ ରକ୍ତଦାନ ସଂଗ୍ରହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ବିଜେଡି ସାଧାରଣ ସମ୍ପାଦକ ତଥା ‘ଜୀବନବିନ୍ଦୁ’ କାର୍ଯ୍ୟକ୍ରମର ମୁଖ୍ୟ ସଂଯୋଜକ ଦେବାଶୀଷ ସାମନ୍ତରାୟ ଆଜି ଦଳୀୟ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଗତ ଦୁଇ ଦଶନ୍ଧି ଧରି ରାଜ୍ୟରେ କ୍ଷମତାସୀନ ଥିବା ବିଜେଡି ନିଜର ସାମାଜିକ ପ୍ରତିବଦ୍ଧତା ଭାବେ ୨୦୧୫ ମାର୍ଚ୍ଚ ୫ତାରିଖରୁ ସ୍ୱେଚ୍ଛାକୃତ ରକ୍ତଦାନ ଅଭିଯାନ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।

ରାଜ୍ୟର ସବୁ ବର୍ଗର ଲୋକଙ୍କ ସହଯୋଗରେ ବର୍ଷତମାମ କାର୍ଯ୍ୟକ୍ରମ ମାଧ୍ୟମରେ ବିଜେଡି ଏପର୍ଯ୍ୟନ୍ତ ୩.୦୮ଲକ୍ଷ ୟୁନିଟ୍ ରକ୍ତ ସଂଗ୍ରହ କରିପାରିଛି। ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମକୁ ଏକ ଗଣ ଆନ୍ଦୋଳନରେ ପରିଣତ କରିବା ପାଇଁ ବିଜେଡି ନିରନ୍ତର ପ୍ରୟାସ ଜାରି ରଖିଛି। ବିଜେଡି ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ସମୟରେ ଜୀବନବିନ୍ଦୁ କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ୱେଚ୍ଛାକୃତ ରକ୍ତଦାତାମାନଙ୍କୁ ଉତ୍ସାହିତ କରି ଆସୁଛନ୍ତି । ଏହି କାର୍ଯ୍ୟକ୍ରମର ସଫଳତାକୁ ଦୃଷ୍ଟିରେ ରଖି ଅକ୍ଟୋବର ୧୬ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କ ୭୪ତମ ଜନ୍ମଦିନ ରେ ରାଜ୍ୟବ୍ୟାପୀ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଭୁବନେଶ୍ୱରସ୍ଥିତ ବିଜେଡି ରାଜ୍ୟ କାର୍ଯ୍ୟାଳୟ ସମେତ ରାଜ୍ୟର ୫୯ଟି ପ୍ରମୁଖ ସ୍ଥାନରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ। ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ରକ୍ତଦାନ ଶିବିରରେ ରକ୍ତଦାତାମାନଙ୍କ ଗହଣରେ ଶ୍ରୀ ପଟ୍ଟନାୟକ ନିଜର ଜନ୍ମଦିନ ପାଳିବେ ବୋଲି ଶ୍ରୀ ସାମନ୍ତରାୟ ସୂଚନା ଦେଇଛନ୍ତି।

ଏହି ସାମ୍ବାଦିକ ସମ୍ମିଳନୀରେ ବିଧାୟକ ପ୍ରଣବ କୁମାର ବଳବନ୍ତରାୟ, ଅନନ୍ତ ନାରାୟଣ ଜେନା, ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ, ଦଳର ସାଧାରଣ ସଂପାଦକ ତଥା ଜୀବନ ବିନ୍ଦୁ କାର୍ଯ୍ୟକ୍ରମର ରାଜ୍ୟ ସଂଯୋଜକ ବିଜୟ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Related story