ପିପିଲି ଭୋଟ୍ ଗଣତି: ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପିପିଲି ଉପନିର୍ବାଚନ ପାଇଁ ସେପ୍ଟେମ୍ବର ୩୦ ତାରିଖରେ ଭୋଟ୍ ଗ୍ରହଣ କରାଯାଇଥିବା ବେଳେ ଆଜି ଚାଲିଛି ଗଣତି। ସକାଳ ୮ଟାରୁ ଗଣତି ଚାଲିଛି। ୮ଟାରୁ ପ୍ରଥମେ ପୋଷ୍ଟାଲ୍ ବାଲାଟ୍ ଗଣତି କରାଯାଇଥିଲା। ତା’ପରେ ସାଢ଼େ ୮ଟାରୁ ଇଭିଏମ୍‌ରେ ପଡ଼ିଥିବା ଭୋଟ୍ ଗଣତି କରାଯାଉଛି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହରାଥୀ ଆଗୁଆ ଥିବା ସୂଚନା ମିଳିଛି। ସେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ଠାରୁ ୧୪୦୬ ଖଣ୍ଡ […]

PipiliBypoll

PipiliBypoll

Jitendra Garnayak
  • Published: Sunday, 03 October 2021
  • Updated: 03 October 2021, 09:51 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପିପିଲି ଉପନିର୍ବାଚନ ପାଇଁ ସେପ୍ଟେମ୍ବର ୩୦ ତାରିଖରେ ଭୋଟ୍ ଗ୍ରହଣ କରାଯାଇଥିବା ବେଳେ ଆଜି ଚାଲିଛି ଗଣତି। ସକାଳ ୮ଟାରୁ ଗଣତି ଚାଲିଛି। ୮ଟାରୁ ପ୍ରଥମେ ପୋଷ୍ଟାଲ୍ ବାଲାଟ୍ ଗଣତି କରାଯାଇଥିଲା। ତା’ପରେ ସାଢ଼େ ୮ଟାରୁ ଇଭିଏମ୍‌ରେ ପଡ଼ିଥିବା ଭୋଟ୍ ଗଣତି କରାଯାଉଛି।

ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହରାଥୀ ଆଗୁଆ ଥିବା ସୂଚନା ମିଳିଛି। ସେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ଠାରୁ ୧୪୦୬ ଖଣ୍ଡ ଭୋଟ୍‌ରେ ଆଗୁଆ ଥିବା ସୂଚନା ରହିଛି। ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡିକୁ ୪,୦୫୫ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିକୁ ୨,୬୪୯ ଓ କଂଗ୍ରେସକୁ ୭୬୬ଟି ଭୋଟ୍ ମିଳିଛି।

ପୁରୀ ପେଣ୍ଠକଟା ସେଣ୍ଟରରେ ଇଭିଏମ୍‌ ପାଇଁ ଦୁଇଟି ହଲ୍‌ରେ ମୋଟ ୧୪ଟି ଟେବୁଲ୍‌ରେ ଗଣତି ଚାଲିଛି। ଏଥିପାଇଁ ୬୨ ଜଣ କର୍ମଚାରୀ ନିୟୋଜିତ ହୋଇଛନ୍ତି। ମୋଟ ୨୫ ରାଉଣ୍ଡ ଗଣତି ହେବ। ଏଥର ପିପିଲି ଉପନିର୍ବାଚନରେ ୭୮.୨୫% ଭୋଟିଂ ହୋଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos