Advertisment

ଆରମ୍ଭ ହେଲା ବିଜେଡିର ଦସ୍ତଖତ ଅଭିଯାନ, ମାସେ ଧରି ଚାଲିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳାକୁ ନେଇ ବିଜେଡି ଛାତ୍ର ଓ ଯୁବ ଜନତା ଦଳ ପ୍ରତିବାଦ ଅଭିଯାନ ଆରମ୍ଭ କରିଛନ୍ତି। ଭୁବନେଶ୍ୱରରେ ସମୂହ ଦସ୍ତଖତ ଅଭିଯାନ ଆରମ୍ଭ କରିଛି ଦଳ। ଏହି ଦସ୍ତଖତ ଅଭିଯାନ ଆସନ୍ତା ୧ ମାସ ଧରି ଚାଲିବ। ପ୍ରତ୍ୟେକ ଜିଲ୍ଲାରେ ଏହି ଦସ୍ତଖତ ଅଭିଯାନ ଆୟୋଜନ କରାଯିବ। ୧୦ ଲକ୍ଷ ସଂଗୃହୀତ ଦସ୍ତଖତକୁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପଠାଇବାକୁ ବିଜୁ ଛାତ୍ର […]

ଆରମ୍ଭ ହେଲା ବିଜେଡିର ଦସ୍ତଖତ ଅଭିଯାନ, ମାସେ ଧରି ଚାଲିବ

BJD-LAUNCHES-SIGNATURE-CAMPAIGN-AGAINST-CUT-IN-SC-ST-STUDENT-STIPEND

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପ୍ରତି କେନ୍ଦ୍ର ସରକାରଙ୍କ ଅବହେଳାକୁ ନେଇ ବିଜେଡି ଛାତ୍ର ଓ ଯୁବ ଜନତା ଦଳ ପ୍ରତିବାଦ ଅଭିଯାନ ଆରମ୍ଭ କରିଛନ୍ତି। ଭୁବନେଶ୍ୱରରେ ସମୂହ ଦସ୍ତଖତ ଅଭିଯାନ ଆରମ୍ଭ କରିଛି ଦଳ। ଏହି ଦସ୍ତଖତ ଅଭିଯାନ ଆସନ୍ତା ୧ ମାସ ଧରି ଚାଲିବ। ପ୍ରତ୍ୟେକ ଜିଲ୍ଲାରେ ଏହି ଦସ୍ତଖତ ଅଭିଯାନ ଆୟୋଜନ କରାଯିବ। ୧୦ ଲକ୍ଷ ସଂଗୃହୀତ ଦସ୍ତଖତକୁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପଠାଇବାକୁ ବିଜୁ ଛାତ୍ର ଓ ବିଜୁ ଜନତା ଦଳର କାର୍ଯ୍ୟକ୍ରମ ରହିଛି।

Advertisment

ପୂର୍ବରୁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କୁ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରାଳୟ ପକ୍ଷରୁ ୯୦ ପ୍ରତିଶତ ଛାତ୍ରବୃତ୍ତି ପ୍ରଦାନ କରାଯାଉଥିଲା। ଏହି ଅର୍ଥ ବାବଦକୁ କେନ୍ଦ୍ର ୨୧୫. ୮୦ କୋଟି ଦେଉଥିବା ବେଳେ ଏହାକୁ ଏବେ ୨୨. ୪୮ କୋଟି ଟଙ୍କାକୁ ହ୍ରାସ କରିଛି। ଫଳରେ ରାଜ୍ୟ ସରକାରଙ୍କୁ ଛାତ୍ରବୃତ୍ତି ବାବଦକୁ ୮୦ ପ୍ରତିଶତରୁ ଅଧିକ ଆର୍ଥିକ ବୋଝ ସହିବାକୁ ପଡ଼ିବ। ସମଗ୍ର ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ପ୍ରତି ଏହା ଘୋର ଅନ୍ୟାୟ ବୋଲି କହିଛନ୍ତି ବିଜୁ ଯୁବ ଓ ଛାତ୍ର ଜନତା ଦଳର କର୍ମକର୍ତ୍ତା।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe