Advertisment

ବିଜେଡି ନେତା ସୁବାସ ଚୌହାନଙ୍କ ପରଲୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡି ନେତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୌହାନଙ୍କ ପରଲୋକ ହୋଇଯାଇଛି। କ୍ୟାନସରରେ ପୀଡ଼ିତ ଥିବା ସୁବାସ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା। ସୁବାସ ଚୌହାନ ଲିଭର୍ କ୍ୟାନସରରେ ପୀଡ଼ିତ ଥିଲେ। ଗତ ୩୦ ତାରିଖରୁ ଭୁବନେଶ୍ୱରରେ ଚିକିତ୍ସାଧୀନ ଥିଲେ। ଗତକାଲି ରାତି ୩ଟା ୫ରେ ସୁବାସଙ୍କ ପରଲୋକ ହୋଇଥିବା ସୂଚନା ମିଳିଛି। ୨୦୧୯ […]

ଅଦ୍ୟତନ ହୋଇଛି
ବିଜେଡି ନେତା ସୁବାସ ଚୌହାନଙ୍କ ପରଲୋକ

subash

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡି ନେତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୌହାନଙ୍କ ପରଲୋକ ହୋଇଯାଇଛି। କ୍ୟାନସରରେ ପୀଡ଼ିତ ଥିବା ସୁବାସ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା।

Advertisment

ସୁବାସ ଚୌହାନ ଲିଭର୍ କ୍ୟାନସରରେ ପୀଡ଼ିତ ଥିଲେ। ଗତ ୩୦ ତାରିଖରୁ ଭୁବନେଶ୍ୱରରେ ଚିକିତ୍ସାଧୀନ ଥିଲେ। ଗତକାଲି ରାତି ୩ଟା ୫ରେ ସୁବାସଙ୍କ ପରଲୋକ ହୋଇଥିବା ସୂଚନା ମିଳିଛି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ସେ ବିଜେପି ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ।

ସୁବାସ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (ଆରଏସଏସ୍)ରେ ପ୍ରାୟ ୩୦ ବର୍ଷ କାମ କରିଥିଲେ। ହିନ୍ଦୁ ଜାଗରଣ ସାମ୍ମୁଖ୍ୟ ଓ ବଜରଙ୍ଗ ଦଳର ସକ୍ରିୟ ସଦସ୍ୟ ଭାବେ କାମ କରିଥିଲେ। ପରେ ସେ ରାଜନୀତିରେ ପାଦ ଥାପି ବିଜେପିରେ ସାମିଲ ହୋଇଥିଲେ। ୨୦୧୪ ନିର୍ବାଚନରେ ସେ ବରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିଦ୍ୱନ୍ଦିତା କରିଥିଲେ ଏବଂ ୩ ଲକ୍ଷ ୭୨ ହଜାର ଭୋଟ ପାଇଥିଲେ।

Advertisment

ସୁବାସ ଚୌହାନଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି କହିଛନ୍ତି- ଓଡ଼ିଶାବାସୀଙ୍କ ପାଇଁ ତାଙ୍କ ଜନକଲ୍ୟାଣକାରୀ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ସେହିଭଳି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି। ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରି କହିଛନ୍ତି ଯେ ଏହା ଓଡ଼ିଶା ରାଜନୀତିରେ ଅପୂରଣୀୟ କ୍ଷତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe