Advertisment

ସୁବାସ ଚୌହାନ ହେଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିର୍ବାଚନ ପୂର୍ବରୁ ବିଜେପି ଛାଡ଼ି ବିଜେଡ଼ିରେ ସାମିଲ ହୋଇଥିବା ସୁବାସ ଚୌହାନଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ଥଇଥାନ କରାଯାଇଛି। ଶ୍ରୀ ଚୌହାନ ବିଜେଡିରେ ମିଶିବା ସହ ଦଳର ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ପାଇଥିଲେ। ଆଗକୁ ବିଜେପୁର ଉପନିର୍ବାଚନ ଥିବାରୁ ଶ୍ରୀ ଚୌହାନଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଶ୍ରୀ ଚୌହାନ ବିଜେପୁର ଆସନରୁ ଲଢ଼ିବା ପାଇଁ ଆଗ୍ରହୀ ଥିବାବେଳେ ତାଙ୍କୁ ପଶ୍ଚିମ […]

ଅଦ୍ୟତନ ହୋଇଛି
ବୁଧବାର ବିଜେଡିରେ ମିଶିବେ ସୁବାସ ଚୌହାନ

subashh

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନିର୍ବାଚନ ପୂର୍ବରୁ ବିଜେପି ଛାଡ଼ି ବିଜେଡ଼ିରେ ସାମିଲ ହୋଇଥିବା ସୁବାସ ଚୌହାନଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ଥଇଥାନ କରାଯାଇଛି। ଶ୍ରୀ ଚୌହାନ ବିଜେଡିରେ ମିଶିବା ସହ ଦଳର ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ପାଇଥିଲେ। ଆଗକୁ ବିଜେପୁର ଉପନିର୍ବାଚନ ଥିବାରୁ ଶ୍ରୀ ଚୌହାନଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ଶ୍ରୀ ଚୌହାନ ବିଜେପୁର ଆସନରୁ ଲଢ଼ିବା ପାଇଁ ଆଗ୍ରହୀ ଥିବାବେଳେ ତାଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ପଦରେ ଥଇଥାନ କରାଯାଇ ବିଜେପୁରରେ ରୀତା ସାହୁଙ୍କୁ ପୁଣିଥରେ ବିଜେଡି ନିଜର ପ୍ରାର୍ଥୀ କରିବା ପ୍ରାୟତଃ ସ୍ପଷ୍ଟ ହୋଇଛି। ସୂଚନାଯୋଗ୍ୟ, କିଶୋର ମହାନ୍ତି ବ୍ରଜରାଜନଗର ବିଧାନସଭା ଆସନରୁ ପ୍ରାର୍ଥୀ ହେବା ପରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ପଦ ଖାଲି ପଡ଼ିଥିଲା।

Advertisment

ଏହାସହିତ ବିଜେପୁର ଉପନିର୍ବାଚନ ପାଇଁ ବିଜେଡି ୪ଜଣିଆ ସମନ୍ୱୟ କମିଟି ଗଠନ କରିଛି । କମିଟିରେ ୨ଜଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ସୁଶାନ୍ତ ସିଂ ଏବଂ ଦଳର ଦୁଇ ବରିଷ୍ଠ ନେତା ସଞ୍ଜୟ ଦାସବର୍ମା ଓ କଳିକେଶ ନାରାୟଣ ସିଂହଦେଓଙ୍କୁ ଦାୟିତ୍ୱ ନ୍ୟସ୍ତ ହୋଇଛ ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe