କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): ପାଟକୁରା ବିଧାନସଭା ଆସନରେ ଆଜି ଭୋଟ୍ ଗଣତି ଚାଲିଥିବା ବେଳେ ବିଜେଡି ପ୍ରାର୍ଥୀ ଜିତିବା ନିଶ୍ଚିତ ହୋଇସାରିଛି। କାରଣ ୧୮ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ୍ ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କଠାରୁ ୧୭, ୬୫୫ ଭୋଟ୍ରେ ଆଗୁଆ ରହିଛନ୍ତି।
ଏହି ଆସନକୁ ବିଜେଡି ଦଖଲକୁ ଯାଇ ସାରିଥିବା ବେଳେ ଖାଲି ଘୋଷଣା ବାକି ଅଛି।
୧୮ ରାଉଣ୍ଡ ଗଣତି ପରେ ବିଜେଡିର ସାବିତ୍ରୀ ଅଗ୍ରୱାଲଙ୍କୁ ୯୫, ୧୬୨ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିର ବିଜୟ ମହାପାତ୍ରଙ୍କୁ ୭୭, ୫୦୭ ଖଣ୍ଡ ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ଜୟନ୍ତ ମହାନ୍ତିଙ୍କୁ ମାତ୍ର ୨୦୯୦ ଖଣ୍ଡ ଭୋଟ୍ ମିଳିଛି।
୧୭ ରାଉଣ୍ଡ ସୁଦ୍ଧା ବିଜେଡିର ସାବିତ୍ରୀ ଅଗ୍ରୱାଲଙ୍କୁ ୯୪, ୨୭୬ ଖଣ୍ଡ ଭୋଟ ମିଳିଥିବା ବେଳେ ବିଜେପିର ବିଜୟ ମହାପାତ୍ରଙ୍କୁ ୭୬, ୭୪୦ ଖଣ୍ଡ ଭୋଟ ମିଳିଥିଲା । କଂଗ୍ରେସ ପ୍ରାର୍ଥୀ ଜୟନ୍ତ ମହାନ୍ତିଙ୍କୁ ୨୦୮୧ ଖଣ୍ଡ ଭୋଟ ମିଳିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।