ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ କରୋନା  

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନା ପଜିଟିଭ ନେଇ ଟୁଇଟ୍ ଯୋଗେ ଶ୍ରୀ ଜେନା ସୂଚନା ଦେଇଛନ୍ତି । ପ୍ରଥମେ ତାଙ୍କ ଦେହରେ କରୋନା ଲକ୍ଷଣ ଦେଖାଦେଇଥିଲା । ଏହା ପରେ ସେ କରୋନା ଟେଷ୍ଟ କରିଥିଲେ । ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିବା ଜଣାପଡ଼ିଛି। Feeling the COVID-19 symptoms, I got the test done & reported corona virus positive. […]

7nm

Tapas Behera
  • Published: Thursday, 20 August 2020
  • , Updated: 20 August 2020, 01:29 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନା ପଜିଟିଭ ନେଇ ଟୁଇଟ୍ ଯୋଗେ ଶ୍ରୀ ଜେନା ସୂଚନା ଦେଇଛନ୍ତି । ପ୍ରଥମେ ତାଙ୍କ ଦେହରେ କରୋନା ଲକ୍ଷଣ ଦେଖାଦେଇଥିଲା । ଏହା ପରେ ସେ କରୋନା ଟେଷ୍ଟ କରିଥିଲେ । ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିବା ଜଣାପଡ଼ିଛି।

https://twitter.com/bbsrcentralmla/status/1296343676788936704?s=20

ସେ ଏବେ ହୋମ୍‌ କ୍ୱାରେଣ୍ଟିନରେ ରହିବା ପରେ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟିଂ ପାଇଁ ପରାମର୍ଶ ଦେଇଛନ୍ତି । ଏନେଇ ସେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ଗତକାଲି ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର କୋଭିଡ-୧୯ ସଂକ୍ରମିତ ହୋଇଥିଲେ। ସେ ଟ୍ୱିଟ୍ ମାଧ୍ୟମରେ ଏନେଇ ସୂଚନା ଦେବା ସହ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ନିଜର କୋଭିଡ୍ ପରୀକ୍ଷା କରାଇ ନେବାକୁ ପରାମର୍ଶ ଦେଇଛନ୍ତି।
ସୂଚନା ଅନୁସାରେ ଶ୍ରୀମତୀ ମିଶ୍ର ଗତ ୩ଦିନ ହେଲା ଅସୁସ୍ଥ ଥିବାବେଳେ ଗତକାଲି ତାଙ୍କର ସ୍ୱାବ ସଂଗ୍ରହ ହୋଇଥିଲା।

ଆଜି କୋଭିଡ୍ ନମୂନା ପରୀକ୍ଷା ରିପୋର୍ଟ ଆସିବାପରେ ସେ ସଂକ୍ରମିତ ଥିବା ଜଣାପଡ଼ିଛି। ଡାକ୍ତରମାନେ ତାଙ୍କୁ ହୋମ୍ କ୍ୱାରେଣ୍ଟାଇନରେ ରହିବା ପାଇଁ ପରାମର୍ଶ ଦେଇଛନ୍ତି। ସେ ଏବେ ସୁସ୍ଥ ଥିବା ସୂଚନା ମିଳିଛି।

Related story