ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ପରଲୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡି ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କ ପରଲୋକ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା। ଅସୁସ୍ଥତା ଯୋଗୁ କିଛି ଦିନ ହେବ ବିଜୟ ରଂଜନ ସିଂହ ବରିହାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତରଙ୍କ ଉଦ୍ୟମ ସତ୍ତ୍ୱେ ତାଙ୍କ ଅବସ୍ଥାରେ କିଛି ଉନ୍ନତି ଆସି ନଥିଲା ଓ ଗତକାଲି ରାତି ପ୍ରାୟ […]

Bijay Ranjan Singh Bariha

Bijay Ranjan Singh Bariha

Jitendra Garnayak
  • Published: Monday, 03 October 2022
  • Updated: 03 October 2022, 12:26 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡି ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କ ପରଲୋକ ହୋଇଯାଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା।

ଅସୁସ୍ଥତା ଯୋଗୁ କିଛି ଦିନ ହେବ ବିଜୟ ରଂଜନ ସିଂହ ବରିହାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତରଙ୍କ ଉଦ୍ୟମ ସତ୍ତ୍ୱେ ତାଙ୍କ ଅବସ୍ଥାରେ କିଛି ଉନ୍ନତି ଆସି ନଥିଲା ଓ ଗତକାଲି ରାତି ପ୍ରାୟ ଗୋଟାଏ ବେଳେ ତାଙ୍କର ଦେହାନ୍ତ ହୋଇଥିଲା।

ସ୍ୱର୍ଗତଃ ବରିହା ବରଗଡ଼ ଜିଲ୍ଲା ପଦ୍ମପୁରରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ୧୯୯୦ରୁ୨୦୦୦ ଯାଏଁ ସେ ଜନତା ଦଳ ଟିକେଟ୍‌ରେ ଏହି ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହା ପରେ ୨୦୦୦ ଏବଂ ୨୦୦୯ରେ ବିଜେଡି ଟିକେଟ୍‌ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୦୯ରେ ବିଜୟୀ ହୋଇ ବିଧାନସଭାକୁ ଆସିବା ପରେ ସେ ବିଜେଡି ସରକାରରେ ମନ୍ତ୍ରୀ ହୋଇଥିଲେ। ୨୦୧୪ ବିଧାନସଭା ନିର୍ବାଚନରେ ସେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ଠାରୁ ପରାସ୍ତ ହୋଇଥିଲେ। ତେବେ ୨୦୧୯ ନିର୍ବାଚନରେ ବିଜୟ ରଂଜନ ସିଂହ ବରିହା ବାଜି ମାରିଥିଲେ। ସେ ପଦ୍ମପୁର ଆସନରୁ ବିଜେଡି ଟିକେଟରେ ପୁଣି ବିଧାନସଭାକୁ ନିର୍ବାଚିତ ହୋଇଥିଲେ।  ମୃତ୍ୟୁବେଳକୁ ସେ ଦଳର ବରଗଡ଼ ଜିଲ୍ଲା ସଭାପତି ଭାବେ ମଧ୍ୟ କାର୍ଯ୍ୟ କରୁଥିଲେ।

ସ୍ୱର୍ଗତଃ ବରିହାଙ୍କ ମରଶରୀରକୁ ପ୍ରଥମେ ବିଧାନସଭା ପରିସରକୁ ନିଆଯିବ। ତା’ପରେ ଦଳୀୟ ଅଫିସ୍‌କୁ ନିଆଯିବ। ସେଠାରେ ସମସ୍ତେ ଶ୍ରଦ୍ଧାଞ୍ଜଳି ଦେବା ପରେ ମରଶରୀରକୁ ପଦ୍ମପୁର ନିଆଯିବ ଓ ସେଠାରେ ଶେଷକୃତ୍ୟ ସଂପନ୍ନ କରାଯିବ ବୋଲି ସୂଚନା ମିଳିଛି।

୫ ଥର ବିଧାୟକ ରହିଥିବା ସ୍ୱର୍ଗତଃ ବରିହା ପଶ୍ଚିମ ଓଡ଼ିଶାରେ ଜଣେ ସୁସଂଗଠକ ଓ ଟାଣୁଆ ନେତା ଭାବେ ଜଣାଶୁଣା ଥିଲେ। ତାଙ୍କ ପରଲୋକରେ ବିଭିନ୍ନ ଦଳର ନେତାଏ ଦୁଃଖ ପ୍ରକାଶ କରିଛନ୍ତି।

ବିଜୟ ରଂଜନ ସିଂହ ବରିହାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କ କଲ୍ୟାଣ ପାଇଁ ସେ କରିଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବିଜୟ ରଂଜନଙ୍କ ବିୟୋଗରେ ମର୍ମାହତ ହେବା ସହ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଶୋକ ବ୍ୟକ୍ତ କରିବା ସହ ବିଜୟ ରଂଜନଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story