ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡିର ବରିଷ୍ଠ ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇପଡ଼ିଛି। ଡାକ୍ତରମାନେ ତାଙ୍କୁ ୪୮ଘଣ୍ଟାର ଅବଜରଭେସନରେ ରଖିଛନ୍ତି।
ଶ୍ରୀ ମହାରଥୀଙ୍କ ନିକଟତମ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ସେ କୋଭିଡ-୧୯ ସଂକ୍ରମିତ ହେବାପରେ ତାଙ୍କୁ ଖଣ୍ଡଗିରିରେ ଥିବା ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ଗତକାଲିଠୁ ଡାକ୍ତରମାନେ ତାଙ୍କୁ ୪୮ଘଣ୍ଟାର ଅବଜରଭେସନରେ ରଖିଛନ୍ତି। ଶ୍ରୀ ମହାରଥୀ ପୂର୍ବରୁ ବହୁବିଧ ରୋଗରେ ପୀଡ଼ିତ ଥିଲେ।
ଉଲ୍ଲେଖଯୋଗ୍ୟ, ପୁରୀ ଜିଲ୍ଲାର ବିଜେଡି ନେତା ଶ୍ରୀ ମହାରଥୀଙ୍କ ସମେତ ସଞ୍ଜୟ ଦାସବର୍ମା, ମନ୍ତ୍ରୀ ସମୀର ଦାଶ ଓ ତୁଷାରକାନ୍ତି ବେହେରା ଏବଂ ବିଧାୟକ ଉମାକାନ୍ତ ସାମନ୍ତରାୟ କରୋନା ସଂକ୍ରମିତ ହୋଇ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।