ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡିର ବରିଷ୍ଠ ନେତା ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି କରୋନା ସଂକ୍ରମିତ ହୋଇଛନ୍ତି। ସେ ଏନେଇ ଆଜି ନିଜ ଫେସବୁକ୍ ମାଧ୍ୟମରେ ସୂଚନା ଦେଇଛନ୍ତି। ଶ୍ରୀ ମୁଦୁଲି ଏବେ ସୁସ୍ଥ ଅଛନ୍ତି ଓ ନିଜକୁ ଘରେ ସଙ୍ଗରୋଧରେ ରଖିଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ ନିଜର କୋଭିଡ୍ ପରୀକ୍ଷା କରାଇ ନେବାକୁ ସେ ଅନୁରୋଧ କରିଛନ୍ତି। ଶ୍ରୀ ମୁଦୁଲି ଜଗତସିଂହପୁର ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ କରୁଛନ୍ତି।
ସୂଚନାଯୋଗ୍ୟ, ଆଜି ବିଜେଡି ସାଂସଦ ରମେଶ ଚନ୍ଦ୍ର ମାଝୀ କରୋନା ସଂକ୍ରମିତ ହୋଇଥିବାବେଳେ ଇତିମଧ୍ୟରେ ବିଜେଡିର ଦେଢ଼ଡଜନ ବିଧାୟକ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।