ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟସଭାର ଶୂନ୍ୟକାଳରେ ଉଠିଛି ହାଇକୋର୍ଟ ନାମ ପରିବର୍ତ୍ତନ ପ୍ରସଙ୍ଗ। ନାମ ପରିବର୍ତ୍ତନ ପ୍ରସଙ୍ଗ ଉଠାଇଲେ ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ। ORISSA ବଦଳରେ ODISHA ହାଇକୋର୍ଟ କରିବାକୁ ଦାବି ରଖିଲେ। ସ୍ୱତନ୍ତ୍ର ଆଇନ ବଳରେ ନାମ ପରିବର୍ତ୍ତନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ଶ୍ରୀ ଆଚାର୍ଯ୍ୟ। ରାଜ୍ୟର ନାମ ପୂର୍ବରୁ ORISSAରୁ ODISHAରେ ପରିବର୍ତ୍ତନ ହୋଇସାରିଛି। ଓଡ଼ିଶା ଲୋକଙ୍କ ଭାବାବେଗ ସହିତ ଜଡିତ ଥିବାରୁ ହାଇକୋର୍ଟଙ୍କ ନାଁ ପରିବର୍ତ୍ତନ ଆବଶ୍ୟକ ରହିଛି ବୋଲି ଶ୍ରୀ ଆଚାର୍ଯ୍ୟ କହିଛନ୍ତି।
ସୂଚନାରୁ ପ୍ରକାଶ, ପୂର୍ବରୁ ଆମ ରାଜ୍ୟର ନାଁ ORISSA ଥିଲା। ପରବର୍ତ୍ତୀ ସମୟରେ ରାଜ୍ୟର ନାଁ ବଦଳାଇ ODISHA ହୋଇଥିଲା। ଏହା ପରେ ସରକାରୀ ଓ ବେସରକାରୀ ଫାଇଲରେ ମଧ୍ୟ ବଦଳିଥିଲା ନାଁ। ORISSA ବଦଳରେ ଲେଖାଯାଇଥିଲା ODISHA। ହେଲେ ବଦଳିଲା ନାହିଁ ହାଇକୋର୍ଟଙ୍କ ନାଁ। ଏବେ ମଧ୍ୟ ORISSA ହାଇକୋର୍ଟ ଲେଖାଯାଉଛି। ତେଣୁ ଏହାର ନାଁ ବଦଳାଇ ODISHA ହାଇକୋର୍ଟ କରିବାକୁ ଆଜି ରାଜ୍ୟସଭାରେ ଦାବି କରିଛନ୍ତି ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ଆଜି ‘ଆୟୁଷ୍ମାନ୍’ MOU
ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।
Crime
ନଦୀରେ ଭାସୁଛି ଯୁବକଙ୍କ ମୃତଦେହ, ଦୁଇ ଦିନ ହେଲା ନିଖୋଜ ଥିଲେ
ଯୁବକଜଣକ ଦୁଇ ଦିନ ତଳେ ନିଖୋଜ ହୋଇ ଯାଇଥିବା ବେଳେ ଆଜି ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଛି।
Events & Festivals
ଗଙ୍ଗା ସାଗର ମେଳା ଆରମ୍ଭ, ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଉତ୍ତରପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭ ମେଳା ଆରମ୍ଭ ହୋଇଥିବା ବେଳେ ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲା ସାଗରଦୀପ ଗଙ୍ଗା ଓ ସାଗର ସଙ୍ଗମ ସ୍ଥଳରେ ଆରମ୍ଭ ହୋଇଛି ଗଙ୍ଗା ସାଗର ମେଳା ।
Events & Festivals
ଆଜି ପୌଷ ପୂର୍ଣ୍ଣିମା, ସୁନା ବେଶରେ ଦର୍ଶନ ଦେବେ ଶ୍ରୀଜିଉ
ଆଜି ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ସୁନା ବେଶ ବା ରାଜ ରାଜେଶ୍ୱର ବେଶରେ ବିଭୂଷିତ ହେବେ।
Science & Environment
ମନ ଜିଣିଥିଲା ମହେନ୍ଦ୍ର, ୬୬ ବର୍ଷରେ ଆଖି ବୁଜିଲା
ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ‘ମହେନ୍ଦ୍ର’। ମୃତ୍ୟୁ ବେଳକୁ ତାକୁ ୬୬ ବର୍ଷ ବୟସ ହୋଇଥିଲା। ସେ ଗତ କିଛି ଦିନ ହେବ ଅସୁସ୍ଥ ଥିବା ବେଳେ ତା’ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ହେଉଥିଲା।