ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ ପୁନର୍ଗଠନ ପ୍ରସଙ୍ଗରେ ଆଜି ଅପରାହ୍ନରେ ରାଜ୍ୟସଭାରେ ସଂକ୍ଷିପ୍ତ ଆଲୋଚନା ବେଳେ ବିଜେଡି ପକ୍ଷରୁ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦାବି ପ୍ରସଙ୍ଗ ଉତ୍ଥାପନ କରାଯାଇଛି। ରାଜ୍ୟସଭାରେ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଏହି ଆଲୋଚନା ବେଳେ ଭାଗ ନେଇ କହିଛନ୍ତି ଯେ, ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ପଡ଼ୋଶୀରାଜ୍ୟ। ଆନ୍ଧ୍ରର ସମସ୍ୟାକୁ ଓଡ଼ିଶା ଅନୁଭବ କରୁଛି। ଭାରତୀୟ ଗଣତନ୍ତ୍ରର ଏହି ମନ୍ଦିରରେ ଆନ୍ଧ୍ରପ୍ରଦେଶକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବାକୁ ଦୁଇ ଦୁଇଜଣ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ତାହା ସେମାନେ ପୂରଣ କରିନାହାନ୍ତି। ଓଡ଼ିଶା ମଧ୍ୟ କେନ୍ଦ୍ର ସରକାରଙ୍କ ବୈମାତୃକ ମନୋଭାବର ଶିକାର ହୋଇଛି। ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ପ୍ରସଙ୍ଗରେ ଓଡ଼ିଶା ଦୀର୍ଘଦିନ ଧରି ଲଢ଼େଇ କରୁଛି। ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପାଇଁ ଓଡ଼ିଶା ବିଭିନ୍ନ ସ୍ତରରେ ଦାବି ଉପସ୍ଥାପନ କରୁଥିଲେ ମଧ୍ୟ କେନ୍ଦ୍ର ସରକାର ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି। ଏପରିକି କେନ୍ଦ୍ର ସରକାର ସଂଘୀୟ ବ୍ୟବସ୍ଥା ବିରୋଧରେ କାର୍ଯ୍ୟ କରୁଛନ୍ତି ବୋଲି ଶ୍ରୀ ଆଚାର୍ଯ୍ୟ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ସ୍ପେସ ଡକିଂ କ୍ଷେତ୍ରରେ ଇତିହାସ ରଚିବ ଇସ୍ରୋ, ୩ ମିଟର ଟ୍ରାଏଲ୍ ସଫଳ
ରାତି ୨ଟା ବେଳେ ୨ଟି ଉପଗ୍ରହ ମଧ୍ୟରେ ଦୂରତା ୧୦୫ ମିଟର ଥିଲା।
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।