ରାଜ୍ୟରେ ଶାସନ କ୍ଷମତାରେ ଥିବା ବିଜୁ ଜନତା ଦଳ ହେଉଛି ଦେଶର ଦ୍ୱିତୀୟ ଧନୀ ଆଞ୍ଚଳିକ ଦଳ। ତା’ସହ ଆୟରେ ସର୍ବାଧିକ ଅଭିବୃଦ୍ଧି ମଧ୍ୟ ବିଜେଡିର ହୋଇଛି। ଏମିତିକି ବିଜେଡିର ଆୟ ୩୬ଟି ଛୋଟ ବଡ଼ ଆଞ୍ଚଳିକ ଦଳଙ୍କ ମୋଟ ଆୟର ୨୫.୩୩ ପ୍ରତିଶତ ବୋଲି ଆସୋସିଏଟ୍ ଅଫ୍ ଡେମୋକ୍ରାଟିକ୍ ରିଫର୍ମ (ଏଡିଆର୍) ତା’ର ରିପୋର୍ଟରେ ପ୍ରକାଶ କରିଛି। ଏହି ରିପୋର୍ଟ ଅନୁସାରେ ୩୬ଟି ଆଞ୍ଚଳିକ ଦଳର ମୋଟ ଆୟ ୧୨୧୩. ୧୩୨ କୋଟି ଟଙ୍କା ହୋଇଥିବାବେଳେ, କେବଳ ବିଜେଡିର ଆୟ ହେଉଛି ୩୦୭.୨୮୮ କୋଟି ଟଙ୍କା। ୨୦୨୧ ମସିହାରେ ଦଳ ନିର୍ବାଚନ ପ୍ରଚାର ସମେତ ବିଭିନ୍ନ ବାଟରେ ୨୮.୫୩ କୋଟି ଖର୍ଚ୍ଚ କରିଛି। ବାକି ୨୭୮.୬୫୮ କୋଟି ଅର୍ଥାତ୍ ୯୦ ପ୍ରତିଶତରୁ ଅଧିକ ଟଙ୍କା ବଳକା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।