କେନ୍ଦ୍ରାପଡ଼ା (ଓଡ଼ିଶା ରିପୋର୍ଟର): ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଗଣନାରେ କେନ୍ଦ୍ରାପଡା ଜିଲ୍ଲାର ୯ଟି ଜିଲ୍ଲା ପରିଷଦ ଜୋନରେ ବିଜେଡି ବାଜିମାତ କରିଛି। ବିଜେପି ଓ କଂଗ୍ରେସକୁ ପଛରେ ପକାଇ ବିଜୁ ଜନତା ଦଳର ପ୍ରାର୍ଥୀମାନେ ପ୍ରଥମ ପର୍ଯ୍ୟାୟର ସମସ୍ତ ୯ଟି ଜୋନ୍ ଦଖଲ କରିଛନ୍ତି।
ଜୋନ-୧ରେ କନକଲତା ବେହେରା, ଜୋନ ନମ୍ବର ୫ରେ ଲିଲିତା ଦାସ, ଜୋନ ନମ୍ବର ୯ରେ ଏଲିଜା ସ୍ୱାଇଁ, ଜୋନ ନମ୍ବର ୧୨ରେ ଧନେଶ୍ୱର ସେଠୀ, ଜୋନ ନମ୍ବର ୧୫ରେ ପ୍ରିୟଦର୍ଶିନୀ ତରାଇ, ଜୋନ ନମ୍ବର ୧୯ରେ ସସ୍ମିତା ସ୍ୱାଇଁ, ଜୋନ ନମ୍ବର ୨୪ରେ ପ୍ରମୋଦ କୁମାର ରଥ, ଜୋନ ନମ୍ବର ୨୭ରେ ପ୍ରବୀଣା ଦାସ ଓ ଜୋନ ନମ୍ବର ୩୦ରେ ସୁରେନ୍ଦ୍ର କୁମାର ରାଉତ ବିଜୟୀ ହୋଇଛନ୍ତି।
୨୦୧୭ରେ ଅନୁଷ୍ଠିତ ପଞ୍ଚାୟତ ନିର୍ବାଚନରେ ଏହି ୯ଟି ଜୋନ୍ ମଧ୍ୟରୁ ବିଜେଡି ୫ଟି ଜିଲ୍ଲା ପରିଷଦ ଆସନ ଦଖଲ କରିଥିବା ବେଳେ ବିଜେପି ୪ଟି ଜୋନରେ ବିଜୟୀ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।