ବିଜେଡି ଗଢ଼ିଲା କମିଟି, ସେପ୍ଟେମ୍ବର ୨ରୁ ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବିଜେପିର ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ଶେଷ ହେବାପରେ ବିଜେଡି ନିଜର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି। ଆସନ୍ତା ସେପ୍ଟେମ୍ବର ୨ ତାରିଖରୁ ବିଜେଡି ରାଜ୍ୟବ୍ୟାପୀ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିବ। ଏଥିପାଇଁ ଦଳ ପକ୍ଷରୁ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରାଯାଇଛି। ଏହି କମିଟି ଦଳର ସଭ୍ୟ ସଂଗ୍ରହ ଅଭିଯାନରେ ସମନ୍ୱୟ ରକ୍ଷା ସହ ତଦାରଖ କରିବ। ତେବେ ଏହି ୭ଜଣିଆ କମିଟିରେ ଉପକୂଳ ଓଡ଼ିଶାର […]

11bjd-office

11bjd-office

Manoranjan Sial
  • Published: Friday, 23 August 2019
  • Updated: 23 August 2019, 06:31 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବିଜେପିର ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ଶେଷ ହେବାପରେ ବିଜେଡି ନିଜର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି। ଆସନ୍ତା ସେପ୍ଟେମ୍ବର ୨ ତାରିଖରୁ ବିଜେଡି ରାଜ୍ୟବ୍ୟାପୀ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିବ। ଏଥିପାଇଁ ଦଳ ପକ୍ଷରୁ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରାଯାଇଛି। ଏହି କମିଟି ଦଳର ସଭ୍ୟ ସଂଗ୍ରହ ଅଭିଯାନରେ ସମନ୍ୱୟ ରକ୍ଷା ସହ ତଦାରଖ କରିବ। ତେବେ ଏହି ୭ଜଣିଆ କମିଟିରେ ଉପକୂଳ ଓଡ଼ିଶାର ନେତାମାନଙ୍କ ପ୍ରଭାବ ଅଧିକ ରହିଛି।

ଦଳର ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ତଦାରଖ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ରାଜ୍ୟସ୍ତରୀୟ କମିଟି ଗଠନ କରିଛନ୍ତି। କମିଟିର ଆବାହକ ଭାବେ ଦଳର ଉପସଭାପତି ତଥା ବିଧାୟକ ଦେବୀପ୍ରସାଦ ମିଶ୍ର ଓ ସଭ୍ୟ ଭାବେ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସବର୍ମା, ପ୍ରତାପ କେଶରୀ ଦେବ, ପ୍ରଦୀପ ପାଣିଗ୍ରାହୀ ଓ ପ୍ରଣବ ପ୍ରକାଶ ଦାସ କାର୍ଯ୍ୟ କରିବେ। ତେବେ ଏହି କମିଟିରେ ଉପକୂଳ ଓଡ଼ିଶାର ନେତାମାନଙ୍କୁ ଅଗ୍ରାଧିକାର ମିଳିଥିବାବେଳେ ପଶ୍ଚିମ ଓଡ଼ିଶାରୁ କେବଳ ପ୍ରସନ୍ନ ଓ ଦକ୍ଷିଣ ଓଡ଼ିଶାରୁ ପ୍ରଦୀପ ଙ୍କୁ ନିଆଯାଇଛି। ଉତ୍ତର ଓଡ଼ିଶାର କୌଣସି ଜଣେ ବି ନେତାଙ୍କୁ ଏହି ରାଜ୍ୟସ୍ତରୀୟ କମିଟିରେ ସାମିଲ କରାଯାଇ ନାହିଁ। ଆସନ୍ତାବର୍ଷ ଜାନୁୟାରୀ ମାସ ଶେଷ ସୁଦ୍ଧା ଦଳ ନିଜର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଶେଷ କରିବାକୁ ଲକ୍ଷ୍ୟ ରଖିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତାମାସଠୁ ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ ପାଇଁ ନିଷ୍ପତ୍ତି ନେଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story