ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନବୀନ ନିବାସରେ ପାଟକୁରା ନିର୍ବାଚନକୁ ନେଇ ଚାଲିଛି ଗେମ୍ ପ୍ଲାନ୍। ଏହି ନିର୍ବାଚନ ପାଇଁ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ବୈଠକରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ୱାଲଙ୍କ ପୁଅ ସଞ୍ଜୟ ମଧ୍ୟ ଉପସ୍ଥିତ ଥିଲେ।
ବୈଠକ ପରେ ସଞ୍ଜୟ କହିଥିଲେ,“ଗରଦପୁର ଓ ମାର୍ଶାଘାଇ ବ୍ଲକରେ ବିଜେଡିର ବିବାଦକୁ ନେଇ ଆଲୋଚନା ହୋଇଛି। ତେବେ ଦଳରେ କୌଣସି ଅସନ୍ତୋଷ ନାହିଁ। ପାଟକୁରାରୁ ଏଥର ବି ବିଜେଡି ଜିତିବା ଏକରକମ ନିଶ୍ଚିତ।”
ତେବେ ପାଟକୁରା ନିର୍ବାଚନର ମୁଖ୍ୟ ଭୂମିକା ଗ୍ରହଣ କରୁଥିବା ମାର୍ଶାଘାଇ ବ୍ଳକ ପାଇଁ ଅତନୁ ନାୟକ ଓ ଗରଦପୁର ପାଇଁ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ଦାୟିତ୍ୱ ଦିଆଯାଇଛି।
ବୈଠକରେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅତନୁ ନାୟକ, କିଶୋର ତରାଇ ଏବଂ ସୁଶାନ୍ତ ସିଂହ ପ୍ରମୁଖ ଉପସ୍ଥିତ ଥିଲେ। ଆସନ୍ତା ୨୦ ତାରିଖରେ ପାଟକୁରାରେ ନିର୍ବାଚନ ଅନୁଷ୍ଠିତ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।