ଭଞ୍ଜନଗର(ପ୍ରଦୀପ କୁମାର ସ୍ୱାଇଁ): ପୁଣି ନିର୍ବାଚନୀ ହିଂସା। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଗଝୋଳ ଗାଁର ଜଣେ ବିଜେପି କର୍ମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସଦାଶିବ୍ ପ୍ରଧାନ।
ଗତକାଲି ବିଳମ୍ବିତ ରାତିରେ ଗାଁ ମଝିରେ ସଦାଶିବ୍ଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଗ୍ରାମବାସୀ ଦେଖିଥିଲେ। ପରେ ଗ୍ରାମବାସୀ ଓ ପରିବାର ଲୋକେ ତାକୁ ଉଦ୍ଧାର କରିଥିଲେ। ତେବେ ଏହା ରାଜନୈତିକ ହତ୍ୟାକାଣ୍ଡ ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି।
କିଛି ଦିନ ତଳେ ଖୋର୍ଦ୍ଧା ବିଜେପି ମଣ୍ଡଳ ସଭାପତି ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଅଭିଯୋଗ ଆସିଥିଲା।