ଧାମନଗର (ଓଡ଼ିଶା ରିପୋର୍ଟର): ଧାନମନଗର ଉପନିର୍ବାଚନ ପାଇଁ ଆଜି ଚାଲିଛି ଭୋଟ୍ ଗଣତି। ମୋଟ ୧୮ ରାଉଣ୍ଡ ଗଣତି ହେବାକୁ ଥିବା ବେଳେ ଶେଷ ହୋଇଛି ଦ୍ୱିତୀୟ ରାଉଣ୍ଡ। ଆଉ ଏହି ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ଆଗୁଆ ରହିଛନ୍ତି। ସେ ତାଙ୍କ ନିକଟତମ ପ୍ରାର୍ଥୀ ବିଜେଡିର ଅବନ୍ତୀ ଦାସଙ୍କ ଠାରୁ ୧୩୭୯ ଖଣ୍ଡ ଭୋଟ୍ରେ ଆଗୁଆ ଅଛନ୍ତି।
ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ସୂରଜ ସୂର୍ଯ୍ୟବଂଶୀ ୮୭୩୭ ଖଣ୍ଡ ଭୋଟ୍ ପାଇଥିବା ବେଳେ ଅବନ୍ତୀ ଦାସ ୭୩୫୮ ଖଣ୍ଡ ଭୋଟ୍ ପାଇଛନ୍ତି। ଅନ୍ୟପକ୍ଷରେ ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ୫୯୭ ଖଣ୍ଡ ଭୋଟ୍ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ ୩୦୦ ଖଣ୍ଡ ଭୋଟ୍ ପାଇଛନ୍ତି।
ପ୍ରଥମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ମଧ୍ୟ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଥିଲେ। ଏହି ରାଉଣ୍ଡରେ ସେ ତାଙ୍କ ନିକଟତମ ପ୍ରାର୍ଥୀ ବିଜେଡିର ଅବନ୍ତୀ ଦାସଙ୍କ ଠାରୁ ୭୭୯ ଖଣ୍ଡ ଭୋଟ୍ରେ ଆଗୁଆ ରହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।
Accident
ବାଇକକୁ ଧକ୍କା ଦେଲା କୁକୁଡ଼ା ବୋଝେଇ ଭ୍ୟାନ, ସ୍ୱାମୀ-ସ୍ତ୍ରୀ ମୃତ
ଦୁର୍ଘଟଣା ଘଟାଇଥିବା କୁକୁଡ଼ା ବୋଝେଇ ଭ୍ୟାନଟି ଫେରାର୍ ହୋଇଯାଇଛି। ତଦନ୍ତ କରୁଛି ପୁଲିସ।
Crime
୨ ମାସ ଧରି ଚଳାଇଥିଲେ ଲୁଟ, ୬ ଲୁଟେରାଙ୍କୁ ଧରିଲା ପୁଲିସ
ବାଲେଶ୍ୱର ଏସ୍ପି ରାଜ ପ୍ରସାଦ କହିଛନ୍ତି ଯେ ପୁଲିସ୍ ସ୍ୱତନ୍ତ୍ର ଅପରେସନ ଜରିଆରେ ୬ ଜଣ ଭଦ୍ରକରୁ ଗିରଫ କରିଛି।
Crime
ଗୁଳିମାଡ଼ କରି ୮ ଜଣଙ୍କୁ ଛଡ଼ାଇ ନେଲେ ମାଛ ମାଫିଆ
ବେଆଇନ ଭାବେ ମାଛ ମାରୁଥିବା 'ତାରିଣୀ-୩' ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିଲା। ୬ଟି ଟ୍ରଲର ବନବିଭାଗର କର୍ମଚାରୀଙ୍କ ଉପରକୁ ସଂଘବଦ୍ଧ ଆକ୍ରମଣ କରି ୮ ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ ମାଛ ମାଫିଆ।
Miscellaneous
ହସ୍ପିଟାଲରେ ଚାଲିଗଲା ବିଚାରାଧୀନ କଏଦୀ ଜୀବନ, ସାଂଘାତିକ ଅଭିଯୋଗ ଆଣିଲେ ପୁଅ
ଜେଲ କର୍ତ୍ତୃପକ୍ଷ ଅସୁସ୍ଥତା କାରଣରୁ ଜମାଲ ପ୍ରାଣ ହରାଇଥିବା କୁହାଯାଇଛି। କିନ୍ତୁ ଏହାକୁ ତାଙ୍କ ପରିବାର ଲୋକ ମାନି ନାହାନ୍ତି। ସେମାନଙ୍କ କହିବା କଥା ଯେ ଜେଲରେ ଜମାଲଙ୍କୁ ମାଡ଼ ମରାଯିବାରୁ ତାଙ୍କର ମୃତ୍ୟୁ ହୋଇଛି।